ବେଙ୍ଗାଲୁରୁ: କୋରନାକୁ ହରାଇ ସମ୍ପୂର୍ଣ୍ଣ ସୁସ୍ଥ ହୋଇଛନ୍ତି କର୍ଣ୍ଣାଟକର ପୂର୍ବତନ ମୁଖ୍ୟମନ୍ତ୍ରୀ ସିଦ୍ଧରମେୟା । ସୁସ୍ଥ ହେବା ପରେ ମୁଖ୍ୟମନ୍ତ୍ରୀଙ୍କୁ ହସ୍ପିଟାଲରୁ ଡିସଚାର୍ଜ କରିଦିଆଯାଇଛି । କୋରୋନାରେ ଆକ୍ରାନ୍ତ ହେବା ପରେ ତାଙ୍କୁ ମଣିପାଲ ହସ୍ପିଟାଲରେରେ ଭର୍ତ୍ତି କରାଯାଇଥିଲା ।
ସିଦ୍ଧରମେୟା ବିଶେଷଜ୍ଞ ଡାକ୍ତରଙ୍କ ତତ୍ତ୍ବାବଧାନରେ ରହିଥିଲେ । ତେବେ ଚିକିତ୍ସା ପରେ ସ୍ବାସ୍ଥ୍ୟାବସ୍ଥାରେ ସୁଧାର ସହ ତାଙ୍କ ରକ୍ତ ନମୁନା ନେଗେଟିଭ ଆସିଥିଲା । ଏହା ପରେ ତାଙ୍କୁ ଡାକ୍ତରଖାନାରୁ ଡିସଚାର୍ଜ କରିଦିଆଯାଇଛି ।
ବ୍ୟୁରୋ ରିପୋର୍ଟ, ଇଟିଭି ଭାରତ