ETV Bharat / bharat

କୁପାୱାଡାରେ ସୁରକ୍ଷାକର୍ମୀ-ଆତଙ୍କବାଦୀଙ୍କ ମଧ୍ୟରେ ଗୁଳିବିନିମୟ - ସୁରକ୍ଷାକର୍ମୀ-ଆତଙ୍କବାଦୀଙ୍କ ମଧ୍ୟରେ ଗୁଳିବିନିମୟ

ଜମ୍ମୁ-କାଶ୍ମୀର କୁପୱାଡା ଜିଲ୍ଲାର ୱାରନଭ ଅଞ୍ଚଳରେ ଶନିବାର ଏନକାଉଣ୍ଟର ହୋଇଛି । ବର୍ତ୍ତମାନ ସୁଦ୍ଧା କୌଣସି କ୍ଷୟକ୍ଷତିର ସୂଚନା ରହିନାହିଁ ।

କୁପୱାରାରେ ସୁରକ୍ଷାକର୍ମୀ-ଆତଙ୍କବାଦୀଙ୍କ ମଧ୍ୟରେ ଗୁଳିବିନିମୟ

author img

By

Published : Sep 5, 2020, 4:55 PM IST

ଶ୍ରୀନଗର: ଜମ୍ମୁ-କାଶ୍ମୀରରେ ସୁରକ୍ଷାକର୍ମୀ ଏବଂ ଆତଙ୍କବାଦୀଙ୍କ ମଧ୍ୟରେ ଏନକାଉଣ୍ଟର ଆରମ୍ଭ ହୋଇଛି । ଜମ୍ମୁ-କାଶ୍ମୀର କୁପୱାଡା ଜିଲ୍ଲାର ୱାରନଭ ଅଞ୍ଚଳରେ ଶନିବାର ଏହି ଏନକାଉଣ୍ଟର ହୋଇଥିବା ସୂଚନା ରହିଛି । ତେବେ ବର୍ତ୍ତମାନ ସୁଦ୍ଧା କୌଣସି କ୍ଷୟକ୍ଷତିର ସୂଚନା ରହିନାହିଁ ।

ସୂଚନା ମୁତାବକ, ୱାରନଭ ଅଞ୍ଚଳର ଦାନା ବେହକ ଜଙ୍ଗଲରେ କିଛି ଆତଙ୍କବାଦୀ ଲୁଚି ରହିଥିବା ସୁରକ୍ଷାକର୍ମୀଙ୍କୁ ବିଶେଷ ସୂତ୍ରରୁ ଖବର ମିଳିଥିଲା । ଏହି ଖବର ଆଧାରରେ ପୋଲିସ, ସେନାର ରାଷ୍ଟ୍ରୀୟ ରାଇଫଲ୍ସ 28 ଏବଂ ସିଆରପିଏଫ ଯବାନ ମିଳିତ ଭାବରେ ସର୍ଚ୍ଚ ଅପରେସନ ଆରମ୍ଭ କରିଥିଲେ । ଆତଙ୍କବାଦୀ ଲୁଚି ରହିଥିବା ସ୍ଥାନରେ ସୁରକ୍ଷାକର୍ମୀ ପହଞ୍ଚିବା ମାତ୍ରେ ଆତଙ୍କବାଦୀମାନେ ସେମାନଙ୍କ ଉପରେ ଗୁଳିଚାଳନା ଆରମ୍ଭ କରିଥିଲେ । ଏହାପରେ ଉଭୟ ପକ୍ଷରୁ ଗୁଳିବିନିମୟ ଆରମ୍ଭ ହୋଇଥିଲା ।

ତେବେ 2ରୁ 3 ଆତଙ୍କବାଦୀ ସେଠାରେ ଉପସ୍ଥିତ ଥିବା ଜଣେ ବରିଷ୍ଠ ପୋଲିସକର୍ମୀ ସୂଚନା ଦେଇଛନ୍ତି ।

ବ୍ୟୁରୋ ରିପୋର୍ଟ, ଇଟିଭି ଭାରତ

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.