ଭୁବନେଶ୍ବର: ଚଳିତ ବର୍ଷ ସାଧାରଣତନ୍ତ୍ର ଦିବସରେ 141 ଜଣଙ୍କୁ ପଦ୍ମ ସମ୍ମାନରେ ସମ୍ମାନିତ କରାଯିବ । ଏଥିପାଇଁ ବିଭିନ୍ନ ମହଲରୁ ପ୍ରଶଂସାର ସୁଅ ଛୁଟିଛି । କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଟ୍ବିଟ କରି ଏଥିପାଇଁ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଧନ୍ୟବାଦ ଜଣାଇଛନ୍ତି ।
ଜର୍ଜ ଫର୍ଣ୍ଣାଡିସ୍, ଅରୁଣ ଜେଟଲୀ ଓ ସୁଷମା ସ୍ବରାଜଙ୍କୁ ମରଣୋତ୍ତର ପଦ୍ମ ଭୂଷଣ ସମ୍ମାନରେ ସମ୍ମାନିତ କରାଯିବ । ଏହାକୁ ନେଇ ଧର୍ମେନ୍ଦ୍ର ପ୍ରଧାନ ଟ୍ବିଟ କରି ଧନ୍ୟବାଦ ଜଣାଇଛନ୍ତି ।