ନୂଆଦିଲ୍ଲୀ: ଭୁପେଶ ବାଘେଲଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦି । ଛତିଶଗଡ ମୁଖ୍ୟମନ୍ତ୍ରୀ ଭୁପେଶ ବାଘେଲଙ୍କୁ 59ତମ ଜନ୍ମଦିବସ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁଭେଚ୍ଛା ଜଣାଇଛନ୍ତି ।
ପ୍ରଧାନମନ୍ତ୍ରୀ ଟ୍ବିଟ ଜରିଆରେ ଶୁଭେଚ୍ଛା ଜଣାଇ କହିଛନ୍ତି, ‘ଛତିଶଗଡ ମୁଖ୍ୟମନ୍ତ୍ରୀ ଭୁପେଶ ବାଘେଲଙ୍କୁ ଜନ୍ମଦିନର ଶୁଭକାମନା । ଭଗବାନ ତାଙ୍କୁ ଦୀର୍ଘଜିବୀ ଏବଂ ସୁସ୍ଥ ରଖନ୍ତୁ’ । ସେହିପରି ମେଘାଳୟ ମୁଖ୍ୟମନ୍ତ୍ରୀ କୋନରାଡ ସଙ୍ଗମା ମଧ୍ୟ ଭୁପେଶ ବାଘେଲଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି ।