ଚେନ୍ନାଇ: ତାମିଲନାଡୁରେ ପ୍ରବଳ ବର୍ଷା ଜାରି ରହିଛି । ଏହାକୁ ଦୃଷ୍ଟିରେ ରଖି ତାମିଲନାଡୁ ସରକାର 6ଟି ଜିଲ୍ଲାର ସମସ୍ତ ସ୍କୁଲ, କଲେଜ ବନ୍ଦ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି।
ତେବେ ତିରୁନେଲବେଲ୍ଲୀ, ତୁତିକୋରିନ, ଥେନି, ବିରୁଧୁନଗର, ବିଲ୍ଲୋର ଏବଂ ରାମନାଥପୁରମର ସମସ୍ତ ସ୍କୁଲ କଲେଜ ବନ୍ଦ କରିବାକୁ ନିର୍ଦ୍ଦେଶ ଦିଆଯାଇଛି । ଏଥିସହ 15ଟି ଜିଲ୍ଲାରେ ପ୍ରବଳ ବର୍ଷା ନେଇ ହାଇ ଆର୍ଲଟ ଜାରି କରିଛି ପାଣିପାଗ ବିଭାଗ ।