ETV Bharat / bharat

କୋରୋନା ଅପଡେଟ୍: ଦେଶରେ 50 ହଜାର ପାର କଲା କୋରୋନା ମୃତ୍ୟୁ ସଂଖ୍ୟା - india corona death toll

ଦେଶରେ କୋରୋନା ମୃତ୍ୟୁ ସଂଖ୍ୟା 50 ହଜାର ପାର କରିଛି । 24 ଘଣ୍ଟାରେ ଦେଶରେ 57,982 ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ 941 ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି । ଏହାକୁ ମିଶାଇ ଦେଶରେ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇ 26,47,664ରେ ପହଞ୍ଚିଛି ।

corona
ଦେଶରେ 50 ହଜାର ପାର କଲା କୋରୋନା ମୃତ୍ୟୁ ସଂଖ୍ୟା
author img

By

Published : Aug 17, 2020, 9:50 AM IST

ନୂଆଦିଲ୍ଲୀ: ଦେଶରେ କୋରୋନା ସ୍ଥିତି ଅଣାୟତ ସ୍ଥିତିରେ ପହଞ୍ଚିଲାଣି । ଏହା ମଧ୍ୟରେ ଦେଶରେ କୋରୋନା ମୃତ୍ୟୁ ସଂଖ୍ୟା 50 ହଜାର ପାର କରିଛି । 24 ଘଣ୍ଟାରେ ଦେଶରେ 57,982 ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ 941 ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି । ଏହାକୁ ମିଶାଇ ଦେଶରେ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇ 26,47,664ରେ ପହଞ୍ଚିଛି ।

ମୋଟ ଆକ୍ରାନ୍ତଙ୍କ ମଧ୍ୟରୁ 19,19,843 ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ 6,76,900 ଆକ୍ରାନ୍ତ ଏବେବି ବିଭିନ୍ନ ମେଡିକାଲରେ ଚିକିତ୍ସିତ ହେଉଛନ୍ତି । ଏଥିସହ ଏବେସୁଦ୍ଧା 50,921 ଆକ୍ରାନ୍ତଙ୍କ କୋରୋନାରେ ମୃତ୍ୟୁ ଘଟିଥିବା କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ସୋମବାର ସୂଚନା ଦେଇଛନ୍ତି ।

ଜନ ହପକିନ୍ସ କୋରୋନା ଟ୍ରାକର ଅନୁଯାୟୀ, କୋରୋନା ଦୃଷ୍ଟିରୁ ଭାରତ ବିଶ୍ବରେ ତୃତୀୟ ସ୍ଥାନରେ ରହିଛି । ଏହି କ୍ରମରେ ଆମେରିକା(5,403,213) ପ୍ରଥମ ସ୍ଥାନରେ ଥିବାବେଳେ ଦ୍ବିତୀୟ ସ୍ଥାନରେ ରହିଛି ବ୍ରାଜିଲ(3,340,197) ।

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.