ନୂଆଦିଲ୍ଲୀ: ଦେଶରେ ଆକ୍ରାନ୍ତଙ୍କ ସଂଖ୍ୟା କ୍ରମାଗତ ବୃଦ୍ଧି ପାଇବାରେ ଲାଗିଛି । ଏହି ମାରାତ୍ମକ ଭାଇରସ ସଂକ୍ରମଣକୁ ରୋକିବା ପାଇଁ ଦେଶରେ 4ଟି ପର୍ଯ୍ୟାୟରେ ଲକଡାଉନ ଲାଗୁ ହୋଇଥିଲା । ମାତ୍ର ଲକଡାଉନ ଶେଷ ହୋଇଥିବା ବେଳେ ଆକ୍ରାନ୍ତଙ୍କ ଦ୍ରୁତ ଗତିରେ ବୃଦ୍ଧି ପାଉଛି । ଏହି କ୍ରମରେ 24 ଘଣ୍ଟାରେ 8392 ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ 230 ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ଏହାକୁ ମିଶାଇ ଦେଶରେ ବର୍ତ୍ତମାନ ସୁଦ୍ଧା ଆକ୍ରାନ୍ତଙ୍କ ସଂଖ୍ୟା 1 ଲକ୍ଷ 90 ହଜାର 535ରେ ପହଞ୍ଚିଛି ।
ମୋଟ ଆକ୍ରାନ୍ତଙ୍କ ମଧ୍ୟରୁ 93322 ଆକ୍ରାନ୍ତ ଆକ୍ଟିଭ, 91819 ସୁସ୍ଥ ଏବଂ 5394 ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଥିବା ସୋମବାର କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ସୂଚନା ଦେଇଛନ୍ତି ।