ନୂଆଦିଲ୍ଲୀ: ସୁପ୍ରିମକୋର୍ଟ ପ୍ରଧାନ ବିଚାରପତିଙ୍କ କାର୍ଯ୍ୟାଳୟ ସୂଚନା ଅଧିକାର ଆଇନ ପରିସରଭୁକ୍ତ ହେବ କି ନାହିଁ ସେ ସମ୍ପର୍କରେ ସୁପ୍ରିମକୋର୍ଟଙ୍କ ସାମ୍ବିଧାନିକ ଖଣ୍ଡପୀଠ ଆଜି ରାୟ ପ୍ରକାଶ କରିଛନ୍ତି। ପ୍ରଧାନ ବିଚାରପତି ରଞ୍ଜନ ଗୋଗଇଙ୍କ ନେତୃତ୍ବରେ ଗଠିତ ୫ଜଣିଆ ସାମ୍ବିଧାନିକ ଖଣ୍ଡପୀଠ ଆଜି ଅପରାହ୍ଣ ୨ .30ରେ ରାୟ ପ୍ରକାଶ କରିଛନ୍ତି ।
ସାମ୍ବିଧାନିକ ଖଣ୍ଡପୀଠ ଏକ ଗୁରୁତ୍ବରୂର୍ଣ୍ଣ ରାୟ ଦେଇ କହିଛନ୍ତି ସୁପ୍ରିମକୋର୍ଟ ପ୍ରଧାନ ବିଚାରପତିଙ୍କ କାର୍ଯ୍ୟାଳୟ ସୂଚନା ଅଧିକାର ଆଇନ ପରିସରଭୁକ୍ତ ହେବ । ପ୍ରଧାନ ବିଚାରପତିଙ୍କ କାର୍ଯ୍ୟାଳୟ ସୂଚନା ଅଧିକାର ପରିସର ଭୁକ୍ତ ହେବା କୌଣସି ସମସ୍ୟା ନାହିଁ । ଖଣ୍ଡପୀଠ କେତେକ ସର୍ତ୍ତ ରଖି ପ୍ରଧାନ ବିଚାରପତିଙ୍କ କାର୍ଯ୍ୟାଳୟକୁ ସୂଚନା ଅଧିକାର ଆଇନ ପରିସରଭୁକ୍ତ କରିଛନ୍ତି । ଫଳରେ ଏଣିକି ସୂଚନା ଅଧିକାର ଆଇନ ବଳରେ ପ୍ରଧାନ ବିଚାରପତିଙ୍କ କାର୍ଯ୍ୟାଳର ସୂଚନା ପାଇପାରିବେ ଜନସାଧାରଣ ।
ସର୍ବୋଚ୍ଚ ଅଦାଲତଙ୍କ ଏହି ରାୟ ପରେ ଦୀର୍ଘଦିନ ଧରି ଚାଲିଥିବା କଳ୍ପନା ଜଳ୍ପନାର ଅବସାନ ଘଟିଛି ।