ଗାନ୍ଧୀନଗର: ସୁରଟର ଜିଆଇଡିସି କେମିକାଲ ଫ୍ୟାକ୍ଟ୍ରିରେ ଭୟାବହ ଅଗ୍ନିକାଣ୍ଡ । ଖବର ପାଇ ଘଟଣାସ୍ଥଳରେ ଦମକଳ ବାହିନୀର 6ଟି ଗାଡି ପହଞ୍ଚି ନିଆଁକୁ ଆୟତ୍ତ କରିବାରେ ଲାଗିଛନ୍ତି । ଫ୍ୟାକ୍ଟ୍ରିରେ ଥିବା ସମସ୍ତ କର୍ମଚାରୀଙ୍କୁ ସୁରକ୍ଷିତ ଭାବେ ବାହାରକୁ ଅଣାଯାଇଛି ।
ଅଗ୍ନିକାଣ୍ଡର କାରଣ ବର୍ତ୍ତମାନ ସୁଦ୍ଧା ଜଣାପଡିନାହିଁ । ତେବେ କେମିକାଲରେ ନିଆଁ ଲାଗିବା ଯୋଗୁଁ ଶ୍ବାସପ୍ରଶ୍ବାସ ନେବାରେ ଆଖପାଖ ଲୋକେ ଅସୁବିଧାର ସମ୍ମୁଖୀନ ହେବାକୁ ପଡିଛି ।
ବ୍ୟୁରୋ ରିପୋର୍ଟ, ଇଟିଭି ଭାରତ