ହାଇଦ୍ରାବାଦ: ତାମିଲିସାଇ ସୁନ୍ଦରରାଜନ ରବିବାର ତେଲେଙ୍ଗାନା ରାଜ୍ୟପାଳ ଭାବେ ଶପଥ ଗ୍ରହଣ କରିଛନ୍ତି । ତେଲେଙ୍ଗାନା ହାଇକୋର୍ଟର ମୁଖ୍ୟ ବିଚାରପତି ରାଘବେନ୍ଦ୍ର ସିଂ ଚୌହାନ ତାଙ୍କୁ ପଦ ଓ ଗୋପନୀୟତାର ଶପଥପାଠ କରାଇଛନ୍ତି । ରାଜଭବନରେ ଆୟୋଜିତ କାର୍ଯ୍ୟକ୍ରମରେ ଶପଥ ଗ୍ରହଣ କରିଛନ୍ତି ତାମିଲିସାଇ ସୁନ୍ଦରରାଜନ ।
ତାମିଲନାଡୁ ବିଜେପି ସଭାପତି ତାମିଲିସାଇ ସୁନ୍ଦରରାଜନ ପେଶାରେ ଜଣେ ଡାକ୍ତର ହୋଇଥିବା ବେଳେ ସେ ତେଲେଙ୍ଗାନାର ପ୍ରଥମ ମହିଳା ରାଜ୍ୟପାଳ ହେବାର ଗୌରବ ଅର୍ଜନ କରିଛନ୍ତି ।