ETV Bharat / bharat

ଦେଶରେ 39000 ପାର କଲା କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା, 1301 ମୃତ

author img

By

Published : May 3, 2020, 2:11 PM IST

ଗତ 24 ଘଣ୍ଟାରେ ଭାରତରେ 2644 ନୂଆ କୋରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ 83 ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ଏହାକୁ ମିଶାଇ ଭାରତରେ ମୋଟ କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା 39,980 ପହଞ୍ଚିଥିବା ଗୁରୁବାର କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ସୂଚନା ଦେଇଛନ୍ତି ।

corona
ଦେଶରେ 39000 ପାର କଲା କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା

ନୂଆଦିଲ୍ଲୀ: ସମଗ୍ର ବିଶ୍ବ ପାଇଁ ଚିନ୍ତାର କାରଣ ପାଲଟିଛି ମାରାତ୍ମକ କୋରୋନା ଭାଇରସ । ବିଶ୍ବର 120 ଉର୍ଦ୍ଧ୍ବ ଦେଶରେ କୋରୋନା କାୟା ବିସ୍ତାର କରିଥିବା ବେଳେ ଭାରତରେ ମଧ୍ୟ କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି । କୋରୋନା ବ୍ୟାପିବାରୁ ରୋକିବା ପାଇଁ ଦେଶେ ମେ 17 ଯାଏଁ ଲକଡାଉନ ଲାଗୁ ହୋଇଛି ।

ମାତ୍ର ଆକ୍ରାନ୍ତଙ୍କ ସଂଖ୍ୟା କମିବା ପରିବର୍ତ୍ତେ ବୃଦ୍ଧି ପାଇବାରେ ଲାଗିଛି । ଏହି କ୍ରମରେ ଗତ 24 ଘଣ୍ଟାରେ ଭାରତରେ 2644 ନୂଆ କୋରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ 83 ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ଏହାକୁ ମିଶାଇ ଭାରତରେ ମୋଟ କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା 39,980 ପହଞ୍ଚିଥିବା ଗୁରୁବାର କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ସୂଚନା ଦେଇଛନ୍ତି ।

ମୋଟ ଆକ୍ରାନ୍ତଙ୍କ ମଧ୍ୟରେ 28,046 ଜଣ ଆକ୍ରାନ୍ତ ଆକ୍ଟିଭ ଥିବାବେଳେ 10,633 ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏଥିସହ ବର୍ତ୍ତମାନ ସୁଦ୍ଧା ଦେଶରେ 1301କୋରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବା କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ସୂଚନା ଦେଇଛନ୍ତି ।

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.