ନୂଆଦିଲ୍ଲୀ: ଦିଲ୍ଲୀ ଅନାଜ ମଣ୍ଡିରେ ଭୟାବହ ଅଗ୍ନିକାଣ୍ଡ ଘଟଣା । ଏଲଏନଜେପି ହସ୍ପିଟାଲରେ ଗୁରୁତରଙ୍କୁ ଭେଟି ସ୍ବାସ୍ଥ୍ୟ କଥା ପଚାରି ବୁଝିଲେ କେନ୍ଦ୍ର ସ୍ବାସ୍ଥ୍ୟ ରାଷ୍ଟ୍ରମନ୍ତ୍ରୀ ଅଶ୍ବିନୀ ଚୌବେ । କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରୀ ହର୍ଷ ବର୍ଦ୍ଧନ ମଧ୍ୟ ଘଟଣାରେ ଦୁଃଖ ପ୍ରକାଶ କରିବା ସହ ଘଟଣାସ୍ଥଳରେ ପହଞ୍ଚି ଘଟଣାର ଅନୁଧ୍ୟାନ କରିଛନ୍ତି । ଏହାପରେ ସେ, ଗୁରୁତରଙ୍କୁ ଭେଟିବା ପାଇଁ ହସ୍ପିଟାଲ ଯିବେ । ଏଥିସହ ଗୁରୁତରଙ୍କୁ ସମସ୍ତ ପ୍ରକାର ସ୍ବାସ୍ଥ୍ୟସେବା ଯୋଗାଇ ଦେବାକୁ ଚେଷ୍ଟା ଜାରି ରହିଛି ବୋଲି ସେ କହିଛନ୍ତି ।
ସେପଟେ ଘଟଣାକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ, ଦିଲ୍ଲୀ ମୁଖ୍ୟମନ୍ତ୍ରୀ କେଜ୍ରିୱାଲ ଦୁଃଖ ପ୍ରକାଶ କରିଛନ୍ତି । ମୃତକଙ୍କ ପରିବାରକୁ ସମବେଦନା ଜଣାଇବା ସହ କ୍ଷତିପୂରଣ ଘୋଷଣା କରିଛନ୍ତି । ରବିବାର ମାନେସରର ସେକ୍ଟର-8ର ପ୍ଲାଷ୍ଟିକ ଫ୍ୟାକ୍ଟ୍ରିରେ ନିଆଁ ଲାଗିଯାଇଥିଲା । ଯେଉଁଥିରେ 43 ଜଣଙ୍କର ମୃତ୍ୟୁ ହୋଇଥିବାବେଳେ 59 ଜଣଙ୍କୁ ଉଦ୍ଧାର କରାଯାଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି ।