ETV Bharat / bharat

ପ୍ରଧାନମନ୍ତ୍ରୀ ଷ୍ଟ୍ରିଟ ଭେଣ୍ଡର୍ସ ଆତ୍ମନିର୍ଭର ନିଧି ଯୋଜନାର ଅବଧି ବୃଦ୍ଧି

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଆର୍ଥିକ ବ୍ୟାପାର ସଂକ୍ରାନ୍ତ କେନ୍ଦ୍ର କ୍ୟାବିନେଟ ସମିତି ବୈଠକରେ ପ୍ରଧାନମନ୍ତ୍ରୀ ଷ୍ଟ୍ରିଟ ଭେଣ୍ଡର୍ସ ନିଧି (ପିଏମ-ସ୍ବନିଧି) ଯୋଜନାର ଅବଧି ବୃଦ୍ଧି ପ୍ରସ୍ତାବକୁ ମଞ୍ଜୁରି ମିଳିଛି । ଏହି ଯୋଜନାକୁ ମାର୍ଚ୍ଚ ୨୦୨୨ ଠାରୁ ଆସନ୍ତା ୨୦୨୪ ଡିସେମ୍ବର ମାସ ପର୍ଯ୍ୟନ୍ତ ଜାରି ରଖାଯିବ । ଅଧିକ ପଢନ୍ତୁ

ପ୍ରଧାନମନ୍ତ୍ରୀ ଷ୍ଟ୍ରିଟ ଭେଣ୍ଡର୍ସ ଆତ୍ମନିର୍ଭର ନିଧି ଯୋଜନାର ଅବଧି ବୃଦ୍ଧି
ପ୍ରଧାନମନ୍ତ୍ରୀ ଷ୍ଟ୍ରିଟ ଭେଣ୍ଡର୍ସ ଆତ୍ମନିର୍ଭର ନିଧି ଯୋଜନାର ଅବଧି ବୃଦ୍ଧି
author img

By

Published : Apr 28, 2022, 10:43 PM IST

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି (Prime Minister Narendra Modi) ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଆର୍ଥିକ ବ୍ୟାପାର ସଂକ୍ରାନ୍ତ କେନ୍ଦ୍ର କ୍ୟାବିନେଟ (Cabinet Committee on Economic Affairs) ସମିତି ବୈଠକରେ ପ୍ରଧାନମନ୍ତ୍ରୀ ଷ୍ଟ୍ରିଟ ଭେଣ୍ଡର୍ସ ନିଧି (ପିଏମ-ସ୍ବନିଧି) ଯୋଜନାର ଅବଧି ବୃଦ୍ଧି ପ୍ରସ୍ତାବକୁ ମଞ୍ଜୁରି ମିଳିଛି । ଏହି ଯୋଜନାକୁ ମାର୍ଚ୍ଚ ୨୦୨୨ ଠାରୁ ଆସନ୍ତା ୨୦୨୪ ଡିସେମ୍ବର ମାସ ପର୍ଯ୍ୟନ୍ତ ଜାରି ରଖାଯିବ । ଉଠାଦୋକାନୀ ଏବଂ ସେମାନଙ୍କ ପରିବାରକୁ ବିନା କୌଣସି ବନ୍ଧକରେ ଋଣ ଯୋଗାଇ ଦେବା, ଡିଜିଟାଲ ନେଣଦେଣକୁ ବଢାଇବା ଏବଂ ସେମାନଙ୍କର ସାମାଜିକ-ଆର୍ଥିକ ବିକାଶ ପ୍ରତି ଏହି ଯୋଜନାରେ ଧ୍ୟାନ ଦିଆଯାଇଛି ।

ପିଏମ ସ୍ବନିଧି ଯୋଜନାରେ ଉଠାଦୋକାନୀମାନଙ୍କୁ ବିନା କୌଣସି ବନ୍ଧକରେ ଶସ୍ତା ଋଣ ଯୋଗାଇ ଦିଆଯାଉଛି । ବର୍ତ୍ତମାନ ସୁଦ୍ଧା ଯୋଜନା ପାଇଁ ୫ ହଜାର କୋଟି ଟଙ୍କାର ପାଣ୍ଠି ବ୍ୟବସ୍ଥା କରାଯାଇଥିଲା । ଆଜି ଯୋଜନା ସମ୍ପ୍ରସାରଣ ଲାଗି କ୍ୟାବିନେଟ ମଞ୍ଜୁରି ମିଳିବା ପରେ ଋଣ ପାଇଁ ମୋଟ ଅର୍ଥରାଶି ପରିମାଣକୁ ୮ ହଜାର ୧୦୦ କୋଟି ଟଙ୍କାକୁ ବୃଦ୍ଧି କରାଯାଇଛି । ଯାହାଫଳରେ ଅଧିକ ସଂଖ୍ୟାରେ ଉଠାଦୋକାନୀଙ୍କୁ କାର୍ଯ୍ୟଶୀଳ ପୁଞ୍ଜି ଉପଲବ୍ଧ ହୋଇପାରିବ । ଏହି ଆର୍ଥିକ ପ୍ରୋତ୍ସାହନ ଜରିଆରେ ସେମାନେ ନିଜର ବ୍ୟବସାୟ ବଢାଇବା ସହିତ ଆତ୍ମନିର୍ଭରଶୀଳ ହୋଇପାରିବେ ।

ଡିଜିଟାଲ ନେଣଦେଣକୁ ପ୍ରୋତ୍ସାହିତ କରିବା ଲାଗି ଉଠାଦୋକାନୀମାନଙ୍କ ପାଇଁ କ୍ୟାଶବ୍ୟାକ ସୁବିଧା ମଧ୍ୟ ଯୋଗାଇ ଦିଆଯିବ । ଏଥିପାଇଁ ବଜେଟ ପରିମାଣ ବୃଦ୍ଧି କରାଯାଇଛି । କ୍ୟାବିନେଟଙ୍କ ମଞ୍ଜୁରି ଫଳରେ ଦେଶର ସହରାଞ୍ଚଳରେ ଥିବା ପ୍ରାୟ ୧ କୋଟି ୨୦ ଲକ୍ଷ ଲୋକ ଲାଭ ପାଇପାରିବେ ବୋଲି ଆଶା କରାଯାଉଛି ।

ଜୁନ ୨୦୨୦ରେ ଏହି ଯୋଜନା ଆରମ୍ଭ ହୋଇଥିଲା। ସେତେବେଳେ କ୍ଷୁଦ୍ର ବ୍ୟବସାୟୀମାନେ ମହାମାରୀ ଏବଂ ତତସମ୍ବନ୍ଧୀୟ ପରିସ୍ଥିତି କାରଣରୁ ଆର୍ଥିକ ଚାପରେ ରହିଥିଲେ । ସେମାନଙ୍କ ସ୍ଥିତିରେ ସୁଧାର ଆଣିବା ଉଦ୍ଦେଶ୍ୟ ନେଇ ଏହି ଯୋଜନାର ପ୍ରସ୍ତାବିତ ସୁଧାର ଆବଶ୍ୟକ ଥିଲା । ଏବେ ପିଏମ-ସ୍ବନିଧି ଋଣ ଯୋଜନାର ଅବଧି ଡିସେମ୍ବର ୨୦୨୪ ପର୍ଯ୍ୟନ୍ତ ବୃଦ୍ଧି ପାଇବା ଫଳରେ ଉଠାଦୋକାନୀମାନଙ୍କୁ ଔପଚାରିକ ଋଣ ଉପଲବ୍ଧ ହୋଇପାରିବ । ଉଠାଦୋକାନୀମାନେ ଋଣ ଅର୍ଥ ସହିତ ବ୍ୟବସାୟ ବଢାଇବା ଲାଗି ଯୋଜନା ପ୍ରସ୍ତୁତ କରିପାରିବେ । ଡିଜିଟାଲ କାରବାର ବୃଦ୍ଧି ପାଇବ । ଋଣ ପ୍ରଦାନକାରୀ ସଂସ୍ଥାନରେ ଫସି ରହିଥିବା ଋଣ ହ୍ରାସ ପାଇବ । ଉଠାକୋଦାନୀ ଏବଂ ସେମାନଙ୍କ ପରିବାର ଲୋକଙ୍କ ସାମାଜିକ-ଆର୍ଥିକ ବିକାଶ ହୋଇପାରିବ ।

@ANI

For All Latest Updates

TAGGED:

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.