ETV Bharat / bharat

କୋଭିଡ ସୁସ୍ଥହାର 95.51 ପ୍ରତିଶତକୁ ବୃଦ୍ଧି

author img

By

Published : Dec 21, 2020, 9:45 AM IST

କ୍ରମାଗତ ଭାବେ ନୂତନ ରେକର୍ଡ ସୃଷ୍ଟି କରୁଛି ଦେଶରେ କୋରୋନା ସୁସ୍ଥ । ଗତ 24 ଘଣ୍ଟା ମଧ୍ୟରେ 29 ହଜାରରୁ ଅଧିକ କୋଭିଡ ରୋଗୀ ସୁସ୍ଥ ହୋଇ ସୁସ୍ଥ ହାର 95.51 ପ୍ରତିଶତକୁ ବୃଦ୍ଧି ପାଇଛି । ଅଧିକ ପଢନ୍ତୁ...

କୋଭିଡ ସୁସ୍ଥହାର 95.51%କୁ ବୃଦ୍ଧି, ୧୬କୋଟିରୁ ଅଧିକ ନମୁନା ପରୀକ୍ଷା

ନୂଆଦିଲ୍ଲୀ: କ୍ରମାଗତ ଭାବେ ନୂତନ ରେକର୍ଡ ସୃଷ୍ଟି କରୁଛି ଦେଶରେ କୋରୋନା ସୁସ୍ଥ ହାର । ବର୍ତ୍ତମାନ ସୁଦ୍ଧା 95 ଲକ୍ଷ 80 ହଜାରରୁ ଅଧିକ ଲୋକ ସୁସ୍ଥ ସହିତ ଭାରତ ସର୍ବାଧିକ ସୁସ୍ଥହାରରେ ସର୍ବଭାରତୀୟ ସ୍ତରରେ ସ୍ଥାନ ଅଧିକାର କରିଚାଲିଛି । ଗତ 24 ଘଣ୍ଟା ମଧ୍ୟରେ 29 ହଜାରରୁ ଅଧିକ କୋଭିଡ ରୋଗୀ ସୁସ୍ଥ ହୋଇ ସୁସ୍ଥ ହାର 95.51 ପ୍ରତିଶତକୁ ବୃଦ୍ଧି ପାଇଛି । ତେବେ ସୁସ୍ଥ ମାମଲା ଏବଂ ସକ୍ରିୟ ମାମଲା ମଧ୍ୟରେ ବ୍ୟବଧାନ କ୍ରମଶଃ ବୃଦ୍ଧି ପାଉଛି ବୋଲି ସ୍ବାସ୍ଥ୍ୟ ମନ୍ତ୍ରଣାଳୟ କହିଛି ।

ସ୍ବାସ୍ଥ୍ୟ ମନ୍ତ୍ରଣାଳୟ କହିଛି, ଗତ ମେ’ ମାସରେ ଆରୋଗ୍ୟଙ୍କ ସଂଖ୍ୟା ୫୦ ହଜାର ଥିବାବେଳେ ଚଳିତ ମାସରେ ଏହା ୯୫ ଲକ୍ଷ ଅତିକ୍ରମ କରିଯାଇଛି । ଦେଶରେ ସଂକ୍ରମିତ ହୋଇ ଚିକିତ୍ସିତ ହେଉଥିବା ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ମୋଟ ସଂକ୍ରମଣର ୩.୦୪% ରହିଛି । ବର୍ତ୍ତମାନ ପ୍ରାୟ ୩ ଲକ୍ଷ ୫ହଜାର ଲୋକ ଚିକିତ୍ସାଧୀନ ଅଛନ୍ତି । ଗତ ୨୪ ଘଣ୍ଟା ମଧ୍ୟରେ ୨୬ ହଜାର ୬୨୪ ଜଣ ନୂଆ ଲୋକ ସଂକ୍ରମିତ ହେବା ସହ ଦେଶରେ ମୋଟ ସଂକ୍ରମଣ ମାମଲା ୧ କୋଟି ୩୧ ହଜାରକୁ ଅତିକ୍ରମ କରିଯାଇଛି ।

ଅନ୍ୟପଟେ ଭାରତର ମୃତ୍ୟୁହାର ହାର 1.45 ପ୍ରତିଶତରେ ରହିଛି, ଯାହା ବିଶ୍ବବ୍ୟାପୀ ସର୍ବନିମ୍ନ । ଗତ 24 ଘଣ୍ଟା ମଧ୍ୟରେ ଆଉ ୩୪୧ ଜଣଙ୍କର ମୃତ୍ୟୁ ଘଟିଛି । ଏଥିସହିତ ଦେଶରେ କୋଭିଡ୍‍ ଜନିତ ମୃତ୍ୟୁସଂଖ୍ୟା ୧ ଲକ୍ଷ ୪୫ ହଜାର ୪୭୭ରେ ପହଞ୍ଚିଛି। ଆଇସିଏମ୍‍ଆର୍‍ରୁ ମିଳିଥିବା ରିପୋର୍ଟ ଅନୁସାରେ ଗତ ୨୪ ଘଣ୍ଟା ମଧ୍ୟରେ ୧୧ ଲକ୍ଷ ୭ ହଜାର ନମୁନା ପରୀକ୍ଷା କରାଯାଇଛି। ଫଳରେ ଏପର୍ଯ୍ୟନ୍ତ ମୋଟ୍‍ ୧୬ କୋଟିରୁ ଅଧିକ ନମୁନା ପରୀକ୍ଷା କରାଯାଇ ସାରିଛି ।

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.