ETV Bharat / bharat

ଦେଶରେ ୧୪୨ କୋଟି ଅତିକ୍ରମ କଲା ଟୀକାକରଣ

author img

By

Published : Dec 28, 2021, 8:09 AM IST

ଦେଶରେ ଟୀକାକରଣ ୧୪୨.୩୮ କୋଟି ଅତିକ୍ରମ କରିଛି । ଏନେଇ କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରଣାଳୟ ତରଫରୁ ସୂଚନା ପ୍ରଦାନ କରାଯାଇଛି । ଅଧିକ ପଢନ୍ତୁ

ଦେଶରେ ୧୪୨କୋଟି ଅତିକ୍ରମ କଲା ଟୀକାକରଣଦେଶରେ ୧୪୨କୋଟି ଅତିକ୍ରମ କଲା ଟୀକାକରଣ
ଦେଶରେ ୧୪୨କୋଟି ଅତିକ୍ରମ କଲା ଟୀକାକରଣ

ନୂଆଦିଲ୍ଲୀ: ଦେଶରେ ଜାରି ରହିଛି କୋରୋନା ବିରୋଧି ଟୀକାକରଣ ( Corona Vaccination in India)। ଏବେ ଦେଶରେ ଟୀକାକରଣ ୧୪୨.୩୮ କୋଟି ଅତିକ୍ରମ କରିଛି । ଏନେଇ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟରୁ ସୂଚନା ପ୍ରଦାନ କରାଯାଇଛି । ସୋମବାର ଗୋଟିଏ ଦିନରେ ୬୫ ଲକ୍ଷ ୨୦ ହଜାର ୩୭ ଜଣଙ୍କୁ ଟୀକାକରଣ କରାଯାଇଛି ।

କୋରୋନାକୁ ମାତ ଦେବା ପାଇଁ ଜୁନ୍ ୨୦୨୧ରେ ଦେଶରେ ଆରମ୍ଭ ହୋଇଥିଲା କ୍ୟାମ୍ପେନ ମୋଡରେ ଟୀକାକରଣ (COVID-19 Vaccine) । ଏନେଇ ଚଳିତ ବର୍ଷ ଜାନୁଆରୀ ୧୬ ତାରିଖରୁ ପ୍ରଥମେ ଦେଶରେ ଟୀକାକରଣ ଆରମ୍ଭ କରିଥିଲେ କେନ୍ଦ୍ର ସରକାର । ଯେଉଁଥିରେ ପ୍ରଥମ ପର୍ଯ୍ୟାୟରେ ସ୍ବାସ୍ଥ୍ୟସେବା କର୍ମଚାରୀ ଟିକା ନେଇଥିଲେ । ଫେବୃୟାରୀ ୨ ତାରିଖରୁ ସମସ୍ତ ସମ୍ମୁଖ ଯୋଦ୍ଧାଙ୍କ ଟୀକାକରଣ ଆରମ୍ଭ କରାଯାଇଥିଲା । ପରବର୍ତ୍ତୀ ପର୍ଯ୍ୟାୟ ଟୀକାକରଣ ମାର୍ଚ୍ଚ ପହିଲାରୁ ଆରମ୍ଭ ହୋଇଥିଲା ।

ଏହି ପର୍ଯ୍ୟାୟରେ ୬୦ ବର୍ଷରୁ ଊର୍ଦ୍ଧ୍ବ ଏବଂ ରୋଗାକ୍ରାନ୍ତ ୪୫ ବର୍ଷ ବୟସ୍କରୁ ଊର୍ଦ୍ଧ୍ବ ବ୍ୟକ୍ତିଙ୍କୁ ସାମିଲ କରାଯାଇଥିଲା । ଏହାପରେ ଏପ୍ରିଲ ୧ ତାରିଖରୁ ସରକାର ୪୫ ବର୍ଷରୁ ଅଧିକ ବୟସ୍କଙ୍କ ଟୀକାକରଣ ଆରମ୍ଭ କରିଥିଲେ । ଏହାପରେ ମେ ମାସ ୧ ତାରିଖରୁ ୧୮ ବର୍ଷରୁ ଊର୍ଦ୍ଧ୍ବ ସମସ୍ତ ବ୍ୟକ୍ତି ବିଶେଷଙ୍କୁ ଟିକା ଦେବା ପାଇଁ ଅନୁମତି ଦେଇଥିଲେ ସରକାର ।

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.