ETV Bharat / bharat

India Corona, ଦିନକରେ 11 ହଜାରରୁ ଅଧିକ ସଂକ୍ରମିତ

author img

By

Published : Aug 21, 2022, 9:52 AM IST

ଦେଶରେ ବଢୁଛି ସଂକ୍ରମଣ । ଗତ 24 ଘଣ୍ଟା ମଧ୍ୟରେ 11,539 ନୂଆ କୋରୋନା ସଂକ୍ରମିତ ଚିହ୍ନଟ । ଅଧିକ ପଢନ୍ତୁ

India Corona, ଦିନକରେ 11 ହଜାରରୁ ଅଧିକ ସଂକ୍ରମିତ
India Corona, ଦିନକରେ 11 ହଜାରରୁ ଅଧିକ ସଂକ୍ରମିତ

ନୂଆଦିଲ୍ଲୀ: ଦେଶରେ କୋରୋନା ସଂକ୍ରମଣ ବୃଦ୍ଧି ପାଉଛି । ପ୍ରତିଦିନ 10 ହଜାରରୁ ଅଧିକ ସଂକ୍ରମିତ ଚିହ୍ନଟ ହେଉଛନ୍ତି । ଗତ 24 ଘଣ୍ଟା ମଧ୍ୟରେ ଦେଶବ୍ୟାପୀ ମୋଟ 11,539ଟି ନୂଆ ପଜିଟିଭ ମାମଲା ପ୍ରକାଶ ପାଇଛି (India Records 11,539 fresh Covid Cases) । ଗୋଟିଏ ଦିନରେ 43 ଜଣଙ୍କ ମୃତ୍ୟୁ ହୋଇଛି । ସେହିପରି ଦିନକରେ 12,783 ଜଣ କୋରୋନାରୁ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ଦେଶରେ ମୋଟ ସୁସ୍ଥସଂଖ୍ୟା 4,37,12,218କୁ ବୃଦ୍ଧି ପାଇଛି । ଏନେଇ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି ।

ମନ୍ତ୍ରଣାଳୟର ସୂଚନା ଅନୁଯାୟୀ, ଦେଶରେ ସୁସ୍ଥସଂଖ୍ୟା ବଢିବା ଯୋଗୁଁ ସକ୍ରିୟ ମାମଲା ଆଜି ଲକ୍ଷେ ତଳକୁ ଖସିଛି । ଆଜିର ନୂଆ ସଂକ୍ରମଣକୁ ମିଶାଇ ମୋଟ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା 99,879ରେ ପହଞ୍ଚିଛି । ଦୈନିକ ପଜିଟିଭ ହାର 3.75% ରହିଛି । ଏବେ ସୁଦ୍ଧା ସମୁଦାୟ 5,27,332 ଜଣ କୋରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଦେଶବ୍ୟାପୀ 209 କୋଟିରୁ ଅଧିକ ଡୋଜ୍ ଟୀକାକରଣ କରାଯାଇଛି । ଗତ 24 ଘଣ୍ଟା ମଧ୍ୟରେ କେବଳ 26,58,755 ଜଣଙ୍କୁ ଟିକା ଦିଆଯାଇଛି ।

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.