ETV Bharat / bharat

India Corona: ଲଗାତାର ଦ୍ବିତୀୟ ଦିନରେ 12 ହଜାର ଉପରେ ଦୈନିକ ସଂକ୍ରମଣ - ବଢୁଛି କୋରୋନା ସଂକ୍ରମଣ

ଦେଶରେ ବଢୁଛି କୋରୋନା ସଂକ୍ରମଣ । ଗତ 24 ଘଣ୍ଟା ମଧ୍ୟରେ 12,847 ସଂକ୍ରମିତ ଚିହ୍ନଟ । ଅଧିକ ପଢନ୍ତୁ

India Corona: ଦିନକରେ 12847, 14 ମୃତ
India Corona: ଦିନକରେ 12847, 14 ମୃତ
author img

By

Published : Jun 17, 2022, 10:34 AM IST

ନୂଆଦିଲ୍ଲୀ: ଦେଶରେ ହୁ ହୁ ହୋଇ ବଢୁଛି ମହାମାରୀ । ଆଜି ୧୨ ହଜାର ଟପିଲା ସଂକ୍ରମଣ । ଗତ 24 ଘଣ୍ଟା ମଧ୍ୟରେ ମୋଟ 12,847 ଜଣ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି (India Records 12,847 fresh Covid Cases) । ଦିନକରେ 14 ଜଣଙ୍କର ମୁଣ୍ତ ନେଇଛି ମହାମାରୀ । ଏହାସହ 7,985 ଜଣ କୋରୋନାରୁ ସୁସ୍ଥ ହୋଇଛନ୍ତି । ଏନେଇ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଏନେଇ ସୂଚନା ଦିଆଯାଇଛି ।

କିଛି ଦିନ ହେଲା ଭାରତରେ କୋରୋନା କାୟା ମେଲାଇ ଚାଲିଛି । ଯାହାକୁ ନେଇ ଏବେ ଲୋକଙ୍କ ମନରେ ଚତୁର୍ଥ ଲହର ଭୟ ଉଦବେଗ ହୋଇଛି । ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ସୂଚନା ଅନୁଯାୟୀ, ଭାରତରେ ସକ୍ରିୟ ମାମଲା ଏବେ 60 ହଜାର ପାର୍ କରିଛି । ଆଜିର ନୂଆ ସଂକ୍ରମଣକୁ ମିଶାଇ ମୋଟ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା 63,063କୁ ବୃଦ୍ଧି ପାଇଛି । ବର୍ତ୍ତମାନ ଦେଶରେ ଦୈନିକ ପଜିଟିଭ ହାର 2.47%ରେ ପହଞ୍ଚିଛି ।

ଏଯାବତ 4,26,82,697 ସଂକ୍ରମଣରୁ ଆରୋଗ୍ୟ ଲାଭ କରିଛନ୍ତି ଓ ସମୁଦାୟ 5,24,187 ଜଣଙ୍କ ମୃତ୍ୟୁ ଘଟିଛି । ଦେଶବ୍ୟାପୀ ସମୁଦାୟ 1,95,84,03,471 କୋଟିରୁ ଅଧିକ ଡୋଜ୍ ଟୀକାକରଣ କରାଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ କେବଳ 15,27,365 ଜଣଙ୍କୁ ଟିକା ଦିଆଯାଇଛି ।

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.