ETV Bharat / bharat

ହସ୍ପିଟାଲରେ ଦିଲ୍ଲୀ ସ୍ବାସ୍ଥ୍ୟମନ୍ତ୍ରୀ ସତ୍ୟେନ୍ଦ୍ର ଜୈନ

ହସ୍ପିଟାଲରେ ଭର୍ତ୍ତି ହେଲେ ସ୍ବାସ୍ଥ୍ୟମନ୍ତ୍ରୀ ସତ୍ୟେନ୍ଦ୍ର ଜୈନ । ଶରୀରର ଅକ୍ସିଜେନ ସ୍ତର କମିଯିବାରୁ ତାଙ୍କୁ ହସ୍ପିଟାଲ ନିଆଯାଇଥିବା ସୂଚନା । ଅଧିକ ପଢନ୍ତୁ

ହସ୍ପିଟାଲରେ ସ୍ବାସ୍ଥ୍ୟମନ୍ତ୍ରୀ ସତ୍ୟେନ୍ଦ୍ର ଜୈନ

author img

By

Published : Jun 21, 2022, 8:36 AM IST

ନୂଆଦିଲ୍ଲୀ: ମନି ଲଣ୍ଡରିଂ ମାମଲାରେ ଗିରଫ ହୋଇ ଜେଲରେ ଥିବା ଦିଲ୍ଲୀ ସ୍ବାସ୍ଥ୍ୟମନ୍ତ୍ରୀ ସତ୍ୟେନ୍ଦ୍ର ଜୈନଙ୍କ( Delhi Health Minister Satyendar Jain) ସ୍ବାସ୍ଥ୍ୟବସ୍ଥା ବିଗିଡି ଯାଇଛି । ତାଙ୍କୁ ଲୋକନାୟକ ଜନପ୍ରକାଶ ନାରାୟଣ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ସତ୍ୟେନ୍ଦ୍ରଙ୍କ ଶରୀରରେ ଅକ୍ସିଜେନ ସ୍ତର କମିଯିବାରୁ ତାଙ୍କୁ ହସ୍ପିଟାଲ ନିଆଯାଇଛି । ତେବେ ବର୍ତ୍ତମାନ ତାଙ୍କ ସ୍ବାସ୍ଥ୍ୟବସ୍ଥା ସ୍ଥିର ଥିବା ସୂଚନା ମିଳିଛି । ବର୍ତ୍ତମାନ ଡାକ୍ତରୀ ଟିମ୍ ତାଙ୍କ ସ୍ବାସ୍ଥ୍ୟବସ୍ଥା ଉପରେ ନଜର ରଖିଛନ୍ତି ।

ପ୍ରକାଶଥାଉ କି, ମନି ଲଣ୍ଡରିଂ ମାମଲାରେ ସ୍ବାସ୍ଥ୍ୟମନ୍ତ୍ରୀ ସତ୍ୟେନ୍ଦ୍ର ଜେନ ଗିରଫ ହୋଇ ଜେଲ ଯାଇଛନ୍ତି । ଶନିବାର ଦିନ ଏକ ସ୍ବତନ୍ତ୍ର ସିବିଆଇ କୋର୍ଟ ତାଙ୍କର ଜାମିନ ଆବେଦନ ଖାରଜ କରିଦେଇଛନ୍ତି । ବର୍ତ୍ତମାନ ଏହି ଠକେଇ ମାମଲାରେ ତଦନ୍ତ ଜାରି ରହିଛି । ଜୈନଙ୍କୁ ଜାମିନ ମିଳିବା ଦ୍ବାରା ପ୍ରମାଣ ପ୍ରଭାବିତ ହେବାର ଆଶଙ୍କା ରହିଥିବାରୁ କୋର୍ଟ ତାଙ୍କ ଆବେଦନ ଖାରଜ କରିଦେଇଥିବା କହିଛନ୍ତି ।

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.