ETV Bharat / bharat

Delhi Air Quality: ଅତି ଖରାପ ସ୍ଥିତିରେ ଦିଲ୍ଲୀ ବାୟୁ ଗୁଣବତ୍ତା

author img

By

Published : Oct 29, 2022, 3:55 PM IST

ଦିଲ୍ଲୀରେ ବାୟୁ ପ୍ରଦୂଷଣର ମାତ୍ରା ବୃଦ୍ଧି ହେଉଥିବା ବେଳେ ଚିନ୍ତାରେ ଦିଲ୍ଲୀବାସୀ । ଆଜି (ଶନିବାର)ଦିଲ୍ଲୀରେ ବାୟୁର ଗୁଣବତ୍ତା ୩୬୮ ରେକର୍ଡ କରାଯାଇଛି ।

ଅତି ଖରାପ ସ୍ଥିତିରେ ଦିଲ୍ଲୀ ବାୟୁ ଗୁଣବତ୍ତା
ଅତି ଖରାପ ସ୍ଥିତିରେ ଦିଲ୍ଲୀ ବାୟୁ ଗୁଣବତ୍ତା

ନୂଆଦିଲ୍ଲୀ: ଦିନକୁ ଦିନ ବିଷାକ୍ତ ହେଉଛି ରାଜଧାନୀ ଦିଲ୍ଲୀ (Delhis Air Quality Remains in Very Poor Category ) । ଜାତୀୟ ରାଜଧାନୀରେ ବାୟୁ ପ୍ରଦୂଷଣର ମାତ୍ରା ବୃଦ୍ଧି ହେଉଥିବା ବେଳେ ଚିନ୍ତାରେ ଦିଲ୍ଲୀବାସୀ । ଆଜି ମଧ୍ୟ ଦିଲ୍ଲୀରେ ବାୟୁ ଗୁଣବତ୍ତା ଅତ୍ୟନ୍ତ ଖରାପ ଶ୍ରେଣୀରେ ଥିବା ଜଣାପଡିଛି । ଏନେଇ ସିଷ୍ଟମ ଅଫ ଏୟାର କ୍ବାଲିଟି ଆଣ୍ଡ ୱେଦର ଫୋରକାଷ୍ଟିଂ ଆଣ୍ଡ ରିସର୍ଚ୍ଚ(SAFAR) ପକ୍ଷରୁ ସୂଚନା ମିଳିଛି । ଆଜି (ଶନିବାର)ଦିଲ୍ଲୀରେ ବାୟୁର ଗୁଣବତ୍ତା ୩୬୮ ରେକର୍ଡ କରାଯାଇଥିବା ବେଳେ ନୋଏଡାରେ ୪୧୧ଓ ଗୁରୁଗ୍ରାମରେ ୩୪୯ ରେକର୍ଡ କରାଯାଇଛି । ଯାହାକି ଦିଲ୍ଲୀ ପାଇଁ ଅତ୍ୟନ୍ତ ଜଟିଳ ସ୍ଥିତି ସୃଷ୍ଟି କରିଛି ।

ସେହିପରି ଲୋଧି ରୋଡରେ ବାୟୁର ଗୁଣବତ୍ତା ୩୩୮, ମଥୁରା ରୋଡରେ ୩୮୦, ପୁଷା ରୋଡରେ ୩୭୫ ରେକର୍ଡ କରାଯାଇଛି । ଦିଲ୍ଲୀରେ ବାୟୂ ପ୍ରଦୁଷଣ ବୃଦ୍ଧି ହେଉଥିବାରୁ ଏହା ସ୍ବାସ୍ଥ୍ୟ ପ୍ରତି ବିପଦ ସୃଷ୍ଟି କରିପାରେ ଓ ଶ୍ବାସକ୍ରିୟାରେ ମଧ୍ୟ ପ୍ରଭାବ ପକାଇପାରେ । ଦିଲ୍ଲୀରେ ବାୟୁ ପ୍ରଦୂଷଣର ମାତ୍ରା ବର୍ତ୍ତମାନ ବୃଦ୍ଧି ହେଉଥିବାବେଳେ, ଗତ ୨୮ ତାରିଖ ଦିନ ବାୟୁ ଗୁଣବତ୍ତା ପରିଚାଳନା ଆୟୋଗର ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଥିଲା । ଚଳିତ ବର୍ଷ ପଞ୍ଜାବରେ ବହୁ ପରିମାଣରେ ଫସଲ ଅବଶେଷ ଜଳାଇବା ଘଟଣା ଘଟୁଥିବା କାରଣରୁ ଏଭଳି ସ୍ଥିତି ଦେଖା ଦେଇଥିବା ବୈଠକରେ କୁହାଯାଇଥିଲା ।

ଏହା ମଧ୍ୟ ପଢନ୍ତୁ-ଛଟ୍ ପୂଜା ପ୍ରସାଦ ତିଆରି ବେଳେ ଫାଟିଲା ସିଲିଣ୍ଡର, ୩୦ ଆହତ

ସରକାରୀ ଏଜେନ୍ସି ଅନୁଯାୟୀ, ବାୟୁ ଗୁଣବତ୍ତା ସୂଚକାଙ୍କ ୦-୫ ପରିସର ମଧ୍ୟରେ ରହିଲେ ଉତ୍ତମ ବୋଲି କୁହାଯାଇପାରିବ । ୫୧-୧୦୦ ମଧ୍ୟରେ ରହିଲେ ସନ୍ତୋଷଜନକ ଓ ୧୦୧-୨୦୦ ମଧ୍ୟରେ ରହିଲେ ମଧ୍ୟମ ଧରଣର ବୋଲି କୁହାଯାଇପାରିବ । ୨୦୧-୩୦୦ ଖରାପ ଏବଂ ୩୦୧-୪୦୦ ମଧ୍ୟରେ ରହିଲେ ଅତ୍ୟନ୍ତ ଖରାପ ଓ ୪୦୧-୫୦୦ ମଧ୍ୟରେ ରହିଲେ ସ୍ଥିତି ଗମ୍ଭୀର ବୋଲି ବିବେଚନା କରାଯାଏ ।

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.