ପୋର୍ଟ ବ୍ଲେୟାର: ଆଣ୍ଡାମାନ ଓ ନିକୋବର ଦ୍ବୀପପୁଞ୍ଜରେ ଭୂକମ୍ପ ଝଟକା । ରିକ୍ଟର ସ୍କେଲରେ ଏହାର ତୀବ୍ରତା 4.1 ରେକର୍ଡ କରାଯାଇଛି । ଶନିବାର ରାତି 11ଟା 4ରେ ଭୂକମ୍ପ ଅନୁଭୂତ ହୋଇଥିବା ଜାତୀୟ ଭୂକମ୍ପ ବିଜ୍ଞାନ କେନ୍ଦ୍ର(National Center for Seismology) ପକ୍ଷରୁ ଏହି ସୂଚନା ଦିଆଯାଇଛି ।
ଭୂକମ୍ପର ଗଭୀରତା ୧୦ କିଲୋମିଟର ହୋଇଥିବା ବେଳେ ଏହାର ଅକ୍ଷାଂଶ 13.25 ରହିଥିବାବେଳେ ଦ୍ରାଘିମା 92.96ର ରହିଛି । ଏହା ଦ୍ବୀପପୁଞ୍ଜର ଦିଗଲୀପୁର ଠାରୁ 3 କିଲୋମିଟର ଦୂରରେ ଅନୁଭୂତ ହୋଇଥିଲା । ତେବେ ଏଥିରେ କୌଣସି କ୍ଷୟକ୍ଷତି ନେଇ ସୂଚନା ମିଳିନାହିଁ । ଅଧିକ ସୂଚନାକୁ ଅପେକ୍ଷା କରାଯାଇଛି । ଭୂକମ୍ପକୁ ନେଇ ଲୋକଙ୍କ ମଧ୍ୟରେ ଏକ ଭୟର ବାତାବରଣ ସୃଷ୍ଟି ହୋଇଛି ।
ଶେଷ ଥର ପାଇଁ ମାର୍ଚ୍ଚ 15ରେ ଆଣ୍ଡାମାନ ଓ ନିକୋବର ଦ୍ବୀପପୁଞ୍ଜରେ ଭୂକମ୍ପ ଅନୁଭୂତ ହୋଇଥିଲା । ରିକ୍ଟର ସ୍କେଲରେ ଏହାର ତୀବ୍ରତା ୪.୩ ରେକର୍ଡ କରାଯାଇଥିଲା । ଭୂକମ୍ପ ଆଣ୍ଡାମାନ-ନିକୋବର ଦୀପପୁଞ୍ଜର ୨୭୬କିଲୋମିଟର ଉତ୍ତର-ଉତ୍ତର-ପଶ୍ଚିମରେ ଦିଗଲୀପୁର ପାଖରେ ଅନୁଭୁତ ହୋଇଥିଲା । ମାର୍ଚ୍ଚ 13ରେ ବି ୪.୧ ତୀବ୍ରତାର ଭୂକମ୍ପ ଅନୁଭୂତ ହୋଇଥିଲା ।