ନୂଆଦିଲ୍ଲୀ: ପାଞ୍ଚ ରାଜ୍ୟର ବିଧାନସଭା ନିର୍ବାଚନ ପାଇଁ ଆରମ୍ଭ ହୋଇଛି ପ୍ରସ୍ତୁତି । ଏନେଇ ଭାରତୀୟ ନିର୍ବାଚନ କମିଶନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଯାଇ ଥିବାବେଳେ ଆଜି(ଶୁକ୍ରବାର) ଅପରାହ୍ନ 4.30 ରେ ଏନେଇ ଗୁରୁତ୍ବପୂର୍ଣ୍ଣ ବୈଠକ ବସିବ ।
ଚଳିତବର୍ଷ ମେ' ରୁ ଜୁନ ମଧ୍ୟରେ ପଶ୍ଚିମବଙ୍ଗ, ତାମିଲନାଡୁ, ଆସାମ, କେରଳ ଓ ପୁଡୁଚେରୀରେ ବିଧାନସଭା ନିର୍ବାଚନ ହେବାର ଅଛି । ଏହାସହ ଆସନ୍ତା ମେ' 30ରେ ପଶ୍ଚିମବଙ୍ଗ ସରକାରଙ୍କ କାର୍ଯ୍ୟକାଳ ସରୁଛି । ତେଣୁ ଏହାକୁ ଦୃଷ୍ଟିରେ ରଖି ଆଜି ବସୁଥିବା ଗୁରୁତ୍ବପୂର୍ଣ୍ଣ ବୈଠକରେ 5 ରାଜ୍ୟର ନିର୍ବାଚନ ତାରିଖ ଘୋଷଣା ହୋଇପାରେ ।