ଶ୍ରୀନଗର: ଜମ୍ମୁ କାଶ୍ମୀରର ବାରମୁଲ୍ଲା ଜିଲ୍ଲାରେ ସେନାକୁ ସଫଳତା । ସେନା ଗୁଳିରେ ଜଣେ ଆତଙ୍କୀ ନିହତ ହୋଇଥିବା ସୂଚନା । ୱାନିଗାମ ବାଲା ଅଞ୍ଚଳ(Wanigam Bala area)ରେ ଆଜି ସକାଳୁ ସୁରକ୍ଷାକର୍ମୀ ଓ ଆତଙ୍କୀଙ୍କ ମଧ୍ୟରେ ଏନକାଉଣ୍ଟର ଆରମ୍ଭ ହୋଇଥିବା ନେଇ ଜମ୍ମୁ କାଶ୍ମୀର ପୋଲିସ ତରଫରୁ ସୂଚନା ପ୍ରଦାନ କରାଯାଇଥିଲା । ବର୍ତ୍ତମାନ ଏନକାଉଣ୍ଟର ଜାରି ରହିଥିବା ବେଳେ ସେନା ଗୁଳିରେ ଜଣେ ଆତଙ୍କୀ ନିହତ ହୋଇଛି ।
ମିଳିଥିବା ସୂଚନା ଅନୁଯାୟୀ, ସ୍ଥାନୀୟ ଅଞ୍ଚଳରେ ଆତଙ୍କୀଙ୍କ ଉପସ୍ଥିତି ନେଇ ସୂଚନା ପାଇଥିଲା ସୁରକ୍ଷାବାହିନୀ । ଏହାପରେ ଅଞ୍ଚଳକୁ ଘେରାବନ୍ଦୀ କରି ପୋଲିସ ଓ ସୁରକ୍ଷାକର୍ମୀଙ୍କ ମିଳିତ ଅପରେସନ ଆରମ୍ଭ କରିବା ସମୟରେ ଆତଙ୍କୀ ଗୁଳି ଚଳାଇଥିଲେ । ବର୍ତ୍ତମାନ ଏନକାଉଣ୍ଟର ଜାରି ରହିଛି । ଏନେଇ ଅଧିକ ସୂଚନାକୁ ଅପେକ୍ଷା କରାଯାଇଛି ।
ତେବେ ଗତ କିଛି ମାସ ମଧ୍ୟ ସୁରକ୍ଷାକର୍ମୀ ଓ ଆତଙ୍କୀଙ୍କ ମଧ୍ୟରେ ଏନକାଉଣ୍ଟର ଜାରି ରହିଛି । କ୍ରମାଗତ ସର୍ଚ୍ଚ ଅପରେସନ ଓ ଗୁଇନ୍ଦା ସଂସ୍ଥାର ରିପୋର୍ଟ ଆଧାରରେ କାର୍ଯ୍ୟାନୁଷ୍ଠାନ ମଧ୍ୟ ଗ୍ରହଣ କରାଯାଉଛି ।