ETV Bharat / bharat

Encounter in Shopian: ସୁରକ୍ଷାକର୍ମୀ ଓ ଆତଙ୍କୀଙ୍କ ମଧ୍ୟରେ ଗୁଳି ବିନିମୟ

author img

By

Published : Sep 12, 2022, 2:54 PM IST

ସୋପିଆନର ହାଫ୍ ଶର୍ମାଲ ଅଞ୍ଚଳରେ ସୁରକ୍ଷାକର୍ମୀ ଓ ଆତଙ୍କୀଙ୍କ ମଧ୍ୟରେ ଏନକାଉଣ୍ଟର ଆରମ୍ଭ ହୋଇଛି । ଅଧିକ ପଢନ୍ତୁ

Encounter in Shopian: ସୁରକ୍ଷାକର୍ମୀ ଓ ଆତଙ୍କୀଙ୍କ ମଧ୍ୟରେ ଗୁଳି ବିନିମୟ ଜାରି

ଶ୍ରୀନଗର: ଦକ୍ଷିଣ କାଶ୍ମୀରର ସୋପିଆନରେ ସୁରକ୍ଷାକର୍ମୀ ଓ ଆତଙ୍କୀଙ୍କ ମଧ୍ୟରେ ଏନକାଉଣ୍ଟର ଆରମ୍ଭ ହୋଇଛି (Encounter started in Shopian) । ଏନେଇ ଜମ୍ମୁକାଶ୍ମୀର ପୋଲିସ ତରଫରୁ ସୂଚନା ପ୍ରଦାନ କରାଯାଇଛି । ଜମ୍ମୁକାଶ୍ମୀରର ହାଫ୍ ଶର୍ମାଲ ଅଞ୍ଚଳରେ ଆତଙ୍କବାଦୀଙ୍କ ଗତିବିଧି ନେଇ ଗୁଇନ୍ଦା ସୂଚନା ମିଳିବା ପରେ ସ୍ଥାନୀୟ ପୋଲିସ୍‌ ଓ ସୁରକ୍ଷାବଳର ଯବାନଙ୍କ ମିଳିତ ଟିମ ସର୍ଚ୍ଚ ଅପେରେସନ ଆରମ୍ଭ କରିଥିବାବେଳେ ଉଭୟଙ୍କ ମଧ୍ୟରେ ଗୁଳି ବିନିମୟ (Shopian encounter) ଆରମ୍ଭ ହୋଇଛି । ସମ୍ପୂର୍ଣ୍ଣ ଅଞ୍ଚଳକୁ କର୍ଡନ କରି ଆତ୍ମଗୋପନ କରିଥିବା ଆତଙ୍କୀଙ୍କୁ ଧରିବା ପାଇଁ ଅପରେସନ ଜାରି ରଖିଛନ୍ତି ସୁରକ୍ଷା ବଳର ଯବାନ ।

ଏହା ମଧ୍ୟ ପଢନ୍ତୁ-ଡାକ୍ତର ହେବ ତ ଏମିତି, ରୋଗୀ ଜୀବନ ବଞ୍ଚାଇବାକୁ କାର ଛାଡି ୩ କିଲୋମିଟର ଦୌଡିଲେ ଡାକ୍ତର

ଏନେଇ କାଶ୍ମୀର ଜୋନ ପୋଲିସ ତରଫରୁ ଟ୍ବିଟ୍‌ କରି କୁହାଯାଇଛି ଯେ, ସୋପିଆନର ହାଫ୍ ଶର୍ମାଲ ଅଞ୍ଚଳରେ ଏନକାଉଣ୍ଟର ଆରମ୍ଭ ହୋଇଛି । ସୁରକ୍ଷାକର୍ମୀ ଓ ଆତଙ୍କୀଙ୍କ ମଧ୍ୟରେ ଗୁଳିବିନିମୟ ଏବେ ଜାରି ରହିଛି । ବର୍ତ୍ତମାନ ହାଫ୍ ଶର୍ମାଲ ଅଞ୍ଚଳରେ ଏନକାଉଣ୍ଟର ଜାରି ରହିଥିବାବେଳେ ଏନେଇ ଅଧିକ ସୂଚନାକୁ ଅପେକ୍ଷା କରାଯାଇଛି ।

ଗତ କିଛି ଦିନ ମଧ୍ୟରେ ଘାଟିରେ ଆତଙ୍କୀ କାର୍ଯ୍ୟକଳାପ କ୍ରମାଗତ ବଢିବାରେ ଲାଗିଛି । ପୋଲିସ, ସୁରକ୍ଷାବଳର କ୍ୟାମ୍ପ ସହିତ ସାଧାରଣ ଜନତା ଓ ଅଣସ୍ଥାନୀୟଙ୍କୁ ଟାର୍ଗେଟ ହତ୍ୟା କରିବା ପାଇଁ ଆକ୍ରମଣ କରିବାରେ ଲାଗିଛନ୍ତି ଆତଙ୍କୀ । ସୁରକ୍ଷାବଳ ମଧ୍ୟ ସେମାନଙ୍କୁ ନିପାତ କରିବା ପାଇଁ ‘‘ଆଣ୍ଟି ଟେରର ଅପରେସନ’’କୁ ଜୋରଦାର କରିଛି । ନିକଟରେ ହୋଇଥିବା ଏକାଧିକ ଏନକାଉଣ୍ଟରରେ ମଧ୍ୟ ସୁରକ୍ଷାବଳକୁ କ୍ରମାଗତ ସଫଳତା ମିଳିଛି ।

ସେପ୍ଟେମ୍ବର ୫ ତାରିଖ ଦିନ ସୋପିଆନ ଜିଲ୍ଲାରେ ସୁରକ୍ଷାକର୍ମୀ ଓ ଆତଙ୍କୀଙ୍କ ମଧ୍ୟରେ ଏନକାଉଣ୍ଡର ହୋଇଥିଲା । ସେହିପରି ସେପ୍ଟେମ୍ବର ୭ ତାରିଖରେ ଦକ୍ଷିଣ କାଶ୍ମୀରର ଅନନ୍ତନାଗରେ ଜିଲ୍ଲାରେ ସୁରକ୍ଷାକର୍ମୀ ଓ ଆତଙ୍କୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଥିଲା । ଯେଉଁଥିରେ ଦୁଇ ଆତଙ୍କୀ ନିପାତ ହୋଇଥିବା ସୂଚନା ମିଳିଥିଲା ।

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.