ETV Bharat / bharat

Shopian Encounter: ସୁରକ୍ଷାକର୍ମୀ ଓ ଆତଙ୍କୀ ମଧ୍ୟରେ ଏନକାଉଣ୍ଟର ଜାରି - ଦକ୍ଷିଣ କାଶ୍ମୀରର ସୋପିଆନର ଡ୍ରାକ

ସୋପିଆନର ଡ୍ରାକ ଅଞ୍ଚଳରେ ସୁରକ୍ଷାକର୍ମୀ ଓ ଆତଙ୍କୀଙ୍କ ମଧ୍ୟରେ ଏନକାଉଣ୍ଟର ଜାରି । ଜମ୍ମୁକାଶ୍ମୀର ପୋଲିସ ତରଫରୁ ସୂଚନା । ଅଧିକ ପଢନ୍ତୁ

Shopian Encounter: ସୁରକ୍ଷାକର୍ମୀ ଓ ଆତଙ୍କୀ ମଧ୍ୟରେ ଏନକାଉଣ୍ଟର ଜାରି

author img

By

Published : Oct 4, 2022, 9:13 PM IST

ଶ୍ରୀନଗର: ପୁଣି ସୀମାରେ ପୁଣି ଫୁଟିଲା ଗୁଳି, ଜମ୍ମୁ କାଶ୍ମୀରର ସୋପିଆନର ଡ୍ରାକ ଅଞ୍ଚଳରେ ସୁରକ୍ଷାକର୍ମୀ ଓ ଆତଙ୍କୀଙ୍କ ମଧ୍ୟରେ ଏନକାଉଣ୍ଟର ଆରମ୍ଭ ହୋଇଛି (Encounter started in Shopian) । ଏନେଇ ଜମ୍ମୁକାଶ୍ମୀର ପୋଲିସ (Kashmir Zone Police) ତରଫରୁ ଟ୍ବିଟ ଯୋଗେ ସୂଚନା ପ୍ରଦାନ କରାଯାଇଛି ।

ମିଳିଥିବା ସୂଚନା ଅନୁଯାୟୀ, ଜମ୍ମୁକାଶ୍ମୀରର ଡ୍ରାକ ଅଞ୍ଚଳରେ ଆତଙ୍କବାଦୀଙ୍କ ଗତିବିଧି ନେଇ ଗୁଇନ୍ଦା ସୂଚନା ମିଳିବା ପରେ ସ୍ଥାନୀୟ ପୋଲିସ୍‌ ଓ ସୁରକ୍ଷାବଳର ଯବାନଙ୍କ ମିଳିତ ଟିମ ସର୍ଚ୍ଚ ଅପେରେସନ ଆରମ୍ଭ କରିଥିଲେ । ଏହି ସମୟରେ ଉଭୟଙ୍କ ମଧ୍ୟରେ ଗୁଳି ବିନିମୟ (Shopian encounter) ଆରମ୍ଭ ହୋଇଛି । ସମ୍ପୂର୍ଣ୍ଣ ଅଞ୍ଚଳକୁ କର୍ଡନ କରି ଆତ୍ମଗୋପନ କରିଥିବା ଆତଙ୍କୀଙ୍କୁ ଧରିବା ପାଇଁ ଅପରେସନ ଜାରି ରଖିଛନ୍ତି ସୁରକ୍ଷା ବଳର ଯବାନ । ବର୍ତ୍ତମାନ ଏନକାଉଣ୍ଟର ଜାରି ରହିଥିବା ବେଳେ ଅଧିକ ସୂଚନାକୁ ଅପେକ୍ଷା କରାଯାଇଛି ।

ଏହା ମଧ୍ୟ ପଢନ୍ତୁ-ପୁଲଓ୍ବାମାରେ ଆତଙ୍କବାଦୀ ଆକ୍ରମଣ: ଜଣେ ଯବାନ ଶଦୀଦ, ଜଣେ ଆହତ

ଗତ ରବିବାର ପୁଲଓ୍ବାମାର ପିଙ୍ଗଲାନା ଠାରେ ନାକା ପାର୍ଟି ଉପରେ ଆତଙ୍କବାଦୀ ଆକ୍ରମଣ କରିଥିଲେ, ଯେଉଁଥିରେ ଜଣେ ପୋଲିସ କର୍ମୀ ଶହୀଦ ହୋଇଥିବା ବେଳେ ଜଣେ ସିଆରପିଏଫ(CRPF) ଯବାନ ଆହତ ହୋଇଥିଲେ । ଏନେଇ କାଶ୍ମୀର ଜୋନ ପୋଲିସ ତରଫରୁ ସୂଚନା ପ୍ରଦାନ କରାଯାଇଥିଲା । ଘଟଣାସ୍ଥଳରେ ସୁରକ୍ଷାବାହୀନୀ ପହଞ୍ଚି ସମଗ୍ର ଅଞ୍ଚଳକୁ କର୍ଡନ କରି ସର୍ଚ୍ଚ ଅପରେସନ ଆରମ୍ଭ କରିଥିଲା। ସେହିଦିନ ସକାଳ ସମୟରେ ସୋପିଆନର ବାସକୁଚାନ ଇମାମସାହିବରେ ଏନକାଉଣ୍ଟର ହୋଇଥିଲା । ସୁରକ୍ଷାବାହିନୀ ଓ ଆତଙ୍କବାଦୀଙ୍କ ମଧ୍ୟରେ ପ୍ରାୟ 3 ଘଣ୍ଟା ଗୁଳି ବିନିମୟ ହୋଇଥିବାବେଳେ, ଜଣେ ଆତଙ୍କୀକୁ ନିପାତ କରିଥିଲା ସୁରକ୍ଷାବଳ ।

ଏହାପରେ ସ୍ଥାନୀୟ ଅଞ୍ଚଳକୁ ଘେରାବନ୍ଦୀ କରି ସର୍ଚ୍ଚ ଅପରେସନ ଚଳାଇଥିଲା ସୁରକ୍ଷାବାହିନୀ । ନିପାତ ଆତଙ୍କୀ ହେଲା ନାଓପୋରାର ନାଶିର ଅହମ୍ମଦ ଭଟ୍ଟ । ସେ ଲସ୍କର ଆତଙ୍କୀ ସଂଗଠନର ହୋଇଥିବା ଜଣାପଡିଥିଲା । ଗତ କିଛି ଦିନ ମଧ୍ୟରେ ଘାଟିରେ ଆତଙ୍କୀ କାର୍ଯ୍ୟକଳାପ କ୍ରମାଗତ ବଢିବାରେ ଲାଗିଛି । ପୋଲିସ, ସୁରକ୍ଷାବଳର କ୍ୟାମ୍ପ ସହିତ ସାଧାରଣ ଜନତା ଓ ଅଣସ୍ଥାନୀୟଙ୍କୁ ଟାର୍ଗେଟ ହତ୍ୟା କରିବା ପାଇଁ ଆକ୍ରମଣ କରିବାରେ ଲାଗିଛନ୍ତି ଆତଙ୍କୀ । ସୁରକ୍ଷାବଳ ମଧ୍ୟ ସେମାନଙ୍କୁ ନିପାତ କରିବା ପାଇଁ ଆଣ୍ଟି ଟେରର ଅପରେସନକୁ ଜୋରଦାର କରିଛି । ନିକଟରେ ହୋଇଥିବା ଏକାଧିକ ଏନକାଉଣ୍ଟରରେ ମଧ୍ୟ ସୁରକ୍ଷାବଳକୁ କ୍ରମାଗତ ସଫଳତା ମିଳିଛି । ବାରମୁଲ୍ଲାରେ ହୋଇଥିବା ଏନକାଉଣ୍ଟରରେ 2ଆତଙ୍କୀକୁ ସଫା କରିବାରେ ସଫଳ ହୋଇଥିଲା ସୁରକ୍ଷାବାହିନୀ ।

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.