ETV Bharat / bharat

Encounter In Anantnag: ସେନା ଗୁଳିରେ 2 ଆତଙ୍କୀ ସଫା - Anantnag Encounter update

ଜମ୍ମୁ କାଶ୍ମୀର ଅନନ୍ତନାଗ ତାଙ୍ଗପାୱା ଅଞ୍ଚଳରେ ଏନକାଉଣ୍ଟର ହୋଇଛି । ଆତଙ୍କବାଦୀ ଲୁଚି ରହିଥିବା ନେଇ ଖବର ମିଳିବା ପରେ ସର୍ଚ୍ଚ ଅପରେସନ ଆରମ୍ଭ କରିଥିଲା ସୁରକ୍ଷାବାହିନୀ । ଏଥିରେ ଦୁଇ ଆତଙ୍କୀ ନିପାତ ହୋଇଛନ୍ତି । ଅଧିକ ପଢନ୍ତୁ

Encounter In Anantnag
ସୁରକ୍ଷା ବାହିନୀର ସର୍ଚ୍ଚ ଅପରେସନ ଜାରି
author img

By

Published : Oct 10, 2022, 7:09 AM IST

Updated : Oct 10, 2022, 8:57 AM IST

ଶ୍ରୀନଗର: ଆତଙ୍କୀଙ୍କ ଉତ୍ପାତ । ରାତି ପାହୁ ପାହୁ ପୁଣି ସୀମାରେ ଫୁଟିଲା ଗୁଳି । ଜମ୍ମୁ କାଶ୍ମୀର ଅନନ୍ତନାଗ ତାଙ୍ଗପାୱା ଅଞ୍ଚଳରେ ଏନକାଉଣ୍ଟର ହୋଇଛି । ଆତଙ୍କବାଦୀ ଲୁଚି ରହିଥିବା ନେଇ ଖବର ମିଳିବା ପରେ ସର୍ଚ୍ଚ ଅପରେସନ ଆରମ୍ଭ କରିଥିଲା ସୁରକ୍ଷାବାହିନୀ । ଏଥିରେ 2ଜଣ ଆତଙ୍କୀ ନିପାତ କରିବାରେ ସଫଳ ହୋଇଛି ସୁରକ୍ଷାବାହିନୀ । ଏନେଇ ଜମ୍ମୁ କାଶ୍ମୀର ପୋଲିସ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଗତକାଲି (ରବିବାର) ଦକ୍ଷିଣ କାଶ୍ମୀରର ସୋପିଆନ୍ ଜିଲ୍ଲାର ତେରିଜ୍ ଅଞ୍ଚଳରେ ସୁରକ୍ଷାବାହିନୀ ଓ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଥିଲା । ଏହାକୁ କିଛି ଘଣ୍ଟା ନ ପୁରୁଣୁ ପୁଣି ଅନନ୍ତନାଗରେ ଏନକାଉଣ୍ଟର ହୋଇଛି ।

ମିଳିଥିବା ସୂଚନାଅନୁୟାୟୀ, ଆତଙ୍କବାଦୀଙ୍କ ଗତିବିଧି ନେଇ ଗୁଇନ୍ଦା ସୂଚନା ମିଳିବା ପରେ ସ୍ଥାନୀୟ ପୋଲିସ୍‌ ଓ ସୁରକ୍ଷାବଳର ଯବାନଙ୍କ ମିଳିତ ଟିମ ସର୍ଚ୍ଚ ଅପରେସନ ଆରମ୍ଭ କରିଥିଲେ । ଉଭୟଙ୍କ ମଧ୍ୟରେ ଗୁଳି ବିନିମୟ ଆରମ୍ଭ ହୋଇଥିଲା । ସମ୍ପୂର୍ଣ୍ଣ ଅଞ୍ଚଳକୁ କର୍ଡନ କରି ଆତ୍ମଗୋପନ କରିଥିବା ଆତଙ୍କୀଙ୍କୁ ଧରିବା ପାଇଁ ଅପରେସନ ଆରମ୍ଭ କରିଥିଲା ସୁରକ୍ଷା ବଳର ଯବାନ । ଏଥିରେ 2ଜଣ ଆତଙ୍କୀକୁ ନିପାତ କରିଛି ସୁରକ୍ଷାବଳ । ଅପରେସନରେ ସେନା, ସିଆରପିଏଫ ଓ ପୋଲିସ ସାମିଲ ଥିବା ସୂଚନା ମିଳିଛି । ବର୍ତ୍ତମାନ ମଧ୍ୟ ସର୍ଚ୍ଚ ଅପରେସନ ଜାରି ରହିଛି । ଏନେଇ କାଶ୍ମୀର ଜୋନ ପୋଲିସ ଟ୍ବିଟ୍‌ କରି ସୂଚନା ଦେଇଛି ।

ଏହା ବି ପଢନ୍ତୁ... ସୋପିଆନାରେ ସୁରକ୍ଷା ବାହିନୀର ସର୍ଚ୍ଚ ଅପରେସନ ଜାରି

ପ୍ରକାଶ ଥାଉ କି, ଗତକାଲି (ରବିବାର) ଦକ୍ଷିଣ କାଶ୍ମୀରର ସୋପିଆନ୍ ଜିଲ୍ଲାର ତେରିଜ୍ ଅଞ୍ଚଳରେ ପୋଲିସ ଏବଂ ସୁରକ୍ଷା ବାହିନୀର ସର୍ଚ୍ଚ ଅପରେସନ ହୋଇଥିଲା । ମାତ୍ର ଏଥିରେ ସୁରକ୍ଷାବାହିନୀକୁ ସଫଳତା ମିଳିନଥିଲା । ଗତ ଅକ୍ଟୋବର 5 ତାରିଖରେ ଦକ୍ଷିଣ କାଶ୍ମୀରର ସୋପିଆନ ଜିଲ୍ଲାରେ 12 ଘଣ୍ଟାରେ 2ଟି ଏନକାଉଣ୍ଟର ହୋଇଥିଲା । ଏଥିରେ 4 ଆତଙ୍କୀଙ୍କୁ ସଫା କରିବାରେ ସଫଳ ହୋଇଥିଲା ସୁରକ୍ଷା ବାହିନୀ ।

ଗତ କିଛି ଦିନ ମଧ୍ୟରେ ଘାଟିରେ ଆତଙ୍କୀ କାର୍ଯ୍ୟକଳାପ କ୍ରମାଗତ ବଢିବାରେ ଲାଗିଛି । ପୋଲିସ, ସୁରକ୍ଷାବଳର କ୍ୟାମ୍ପ ସହିତ ସାଧାରଣ ଜନତା ଓ ଅଣସ୍ଥାନୀୟଙ୍କୁ ଟାର୍ଗେଟ ହତ୍ୟା କରିବା ପାଇଁ ଆକ୍ରମଣ କରିବାରେ ଲାଗିଛନ୍ତି ଆତଙ୍କୀ । ସୁରକ୍ଷାବଳ ମଧ୍ୟ ସେମାନଙ୍କୁ ନିପାତ କରିବା ପାଇଁ ‘‘ଆଣ୍ଟି ଟେରର ଅପରେସନ’’କୁ ଜୋରଦାର କରିଛି । ନିକଟରେ ହୋଇଥିବା ଏକାଧିକ ଏନକାଉଣ୍ଟରରେ ମଧ୍ୟ ସୁରକ୍ଷାବଳକୁ କ୍ରମାଗତ ସଫଳତା ମିଳିଛି ।

Last Updated : Oct 10, 2022, 8:57 AM IST
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.