ETV Bharat / bharat

Kulgam Encounter: ସୁରକ୍ଷାବଳ ଓ ଆତଙ୍କୀଙ୍କ ମଧ୍ୟରେ ଗୁଳି ବିନିମୟ ଜାରି

author img

By

Published : May 8, 2022, 7:00 AM IST

ଜମ୍ମୁ କାଶ୍ମୀର କୁଲଗାମ ଜିଲ୍ଲାରେ ଚେୟାନ ଦେବସରରେ ଆତଙ୍କବାଦୀ ଓ ସୁରକ୍ଷାବାହିନୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି । ଏନେଇ ଜମ୍ମୁ କାଶ୍ମୀର ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି । ଅଧିକ ପଢନ୍ତୁ

Kulgam Encounter : ସୁରକ୍ଷାବଳ ଓ ଆତଙ୍କୀଙ୍କ ମଧ୍ୟରେ ଗୁଳି ବିନିମୟ ଜାରି

ଶ୍ରୀନଗର: ପୁଣି ସୀମାରେ ଫୁଟିଲା ଗୁଳି । ଜମ୍ମୁ କାଶ୍ମୀର କୁଲଗାମ ଜିଲ୍ଲାରେ ଚେୟାନ ଦେବସରରେ ଆତଙ୍କବାଦୀ ଓ ସୁରକ୍ଷାବାହିନୀଙ୍କ ମଧ୍ୟରେ ଗୁଳିବିନିମୟ ହୋଇଛି । ଏନେଇ ଜମ୍ମୁ କାଶ୍ମୀର ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି । ସୂଚନା ଅନୁସାରେ, ଜମ୍ମୁ କାଶ୍ମୀର କୁଲଗାମର ଚେୟାନ ଦେବସର (Cheyan Devsar Area of Kulgam) ଅଞ୍ଚଳରେ ଆତଙ୍କୀ ଲୁଚି ରହିଥିବା ସୁରକ୍ଷା ବାହିନୀକୁ ଖବର ମିଳିଥିଲା ।

ସୂଚନା ମିଳିବା ପରେ ତଲାସି ଅପରେସନ ଆରମ୍ଭ କରିଥିଲେ ସ୍ଥାନୀୟ ପୋଲିସ ଓ ସୁରକ୍ଷା ବଳ । ଆତଙ୍କବାଦୀମାନେ ସୁରକ୍ଷାବଳ ଉପରେ ଆଖିବୁଜା ଗୁଳି ଚଳାଇଥିଲେ । ଯାହାର ପାଲଟା ଜବାବ ଦେଇଥିଲେ ସୁରକ୍ଷା ବାହିନୀ । ଏବେବି ଗୁଳି ବିନିମୟ ଜାରି ରହିଛି । ସେନା ପକ୍ଷରୁ ସେହି ଅଞ୍ଚଳକୁ ଘେରାବନ୍ଦୀ କରି ଆତଙ୍କୀଙ୍କୁ ଠାବ କରିବା ପାଇଁ ସର୍ଚ୍ଚ ଅପରେସନକୁ ବ୍ୟାପକ କରାଯାଇଛି ।

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.