ଭୋପାଳ: ମଧ୍ୟପ୍ରଦେଶର ଏକ ହସ୍ପିଟାଲରେ ଭୟଙ୍କର ଅଗ୍ନିକାଣ୍ଡ । ଉଜ୍ଜେନ ସ୍ଥିତ ପାଟିଦାର ହସ୍ପିଟାଲରେ ଭୟଙ୍କର ଅଗ୍ନିକାଣ୍ଡ ଘଟି 3 ଜଣ ରୋଗୀ ଜଳିଯାଇଥିବା ସୂଚନା ମିଳିଛି ।
ସୂଚନା ଅନୁସାରେ, ପାଟିଦାର ହସ୍ପିଟାଲର କ୍ବାରେନଣ୍ଟାଇନ ବ୍ଲକରେ ନିଆଁ ଲାଗିବା କାରଣରୁ ଏହି ଦୁର୍ଘଟଣା ଘଟିଛି । ଘଟଣାସ୍ଥଳରେ 5 ଟି ଦମକଳ ବାହିନୀ ପହଞ୍ଚି ନିଆଁ ଲିଭା କାର୍ଯ୍ୟ ଜାରି ରଖିଥିବାବେଳେ ବହୁ ପରିଶ୍ରମ ପରେ ନିଆଁକୁ ଆୟତ୍ତ କରାଯାଇ ପାରିଛି ।
ତେବେ ନିଆଁ ଲାଗିବା ପରେ ଡାକ୍ତରଖାନାରେ ଭର୍ତ୍ତି ହୋଇଥିବା ରୋଗୀଙ୍କୁ ନିକଟସ୍ଥ ଡାକ୍ତରଖାନାକୁ ସ୍ଥାନାନ୍ତରିତ କରାଯାଇଛି ।
ବ୍ୟୁରୋ ରିପୋର୍ଟ, ଇଟିଭି ଭାରତ