ETV Bharat / bharat

Rajasthan Road Accident: ଗୋଟିଏ ପରିବାରର ୫ ମୃତ - ରାଜସ୍ଥାନରେ ମର୍ମନ୍ତୁଦ ସଡକ ଦୁର୍ଘଟଣା

ରାଜସ୍ଥାନରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । ଏ ଦୁର୍ଘଟଣାରେ ଗୋଟିଏ ପରିବାରର ୫ ଜଣଙ୍କ ଜୀବନ ଯାଇଥିବା ସୂଚନା ମିଳିଛି । ସେପଟେ, ଏ ଦୁର୍ଘଟଣାକୁ ନେଇ ଦୁଃଖ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ଅଶୋକ ଗେହେଲଟ । ଅଧିକ ପଢନ୍ତୁ...

Rajasthan road accident ; ଗୋଟିଏ ପରିବାରର ୫ ମୃତ

author img

By

Published : Nov 7, 2021, 7:01 PM IST

ଜୟପୁର : ରାଜସ୍ଥାନରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । ଏ ଦୁର୍ଘଟଣାରେ ଗୋଟିଏ ପରିବାରର ୫ ଜଣଙ୍କ ଜୀବନ ଯାଇଥିବା ସୂଚନା ମିଳିଛି । ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ସୂଚନା ଅନୁସାରେ, ଗଙ୍ଗାନଗର ଜିଲ୍ଲାର ଗୋଟିଏ ପରିବାରର କିଛି ଲୋକେ କୌଣସି ଏକ କାମରେ ଜୈସଲମେର ଯାଉଥିଲେ । ଏହି ସମୟ ମଧ୍ୟରେ ଗାଡିର ଡ୍ରାଇଭର ନିୟନ୍ତ୍ରଣ ହରାଇବାରୁ କାରଟି ଦୁର୍ଘଟଣାଗ୍ରସ୍ତ ହୋଇଥିଲା ।

  • जैसलमेर के रामगढ़ क्षेत्र में हुए सड़क हादसे में 5 लोगों की मृत्यु अत्यंत दुखद है। मेरी संवेदनाएं शोकाकुल परिजनों के साथ हैं, ईश्वर उन्हें इस कठिन समय में सम्बल दें एवं दिवंगतों की आत्मा को शांति प्रदान करें।

    — Ashok Gehlot (@ashokgehlot51) November 7, 2021 " class="align-text-top noRightClick twitterSection" data=" ">

ଫଳରେ ଘଟଣାସ୍ଥଳରେ ତିନି ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ୨ ମହିଳାଙ୍କୁ ମେଡିକାଲ ପଠାଯାଇଥିଲା । ଫଳରେ ସେଠାରେ ଡାକ୍ତର ଉଭୟଙ୍କୁ ମୃତ ଘୋଷଣା କରିଥିଲା । ତେବେ ସମସ୍ତ ମୃତକ ଗୋଟିଏ ପରିବାରର ହୋଇଥିବା ଜଣାପଡିଛି । ରାମଗଡ ଠାରୁ ୨୦ କିମି ଦୂରରେ ଏ ଛାତିଥରା ଦୁର୍ଘଟଣା ଘଟିଛି । ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ସେପଟେ, ଏ ଦୁର୍ଘଟଣାକୁ ନେଇ ଦୁଃଖ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ଅଶୋକ ଗେହେଲଟ । ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ ପରିବାରକୁ ସମବେଦନା ଜଣାଇଛନ୍ତି ।

@ANI

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.