ETV Bharat / bharat

ପୋଡ଼ି ହୋଇ ଗୋଟିଏ ପରିବାରର 4 ମୃତ

author img

By

Published : Mar 29, 2021, 1:47 PM IST

ହିମାଚଳ ପ୍ରଦେଶ ଚମ୍ବା ଜିଲ୍ଲାରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି । ତିସା ଅଞ୍ଚଳର ସୁଇଲା ଗ୍ରାମରେ ଅଗ୍ନିକାଣ୍ଡ ଘଟି ଗୋଟିଏ ପରିବାରର 4 ଜଣଙ୍କ ମୃତ୍ୟୁ ଘଟିଛି । ଅଧିକ ପଢନ୍ତୁ...

ପୋଡ଼ି ହୋଇ ଗୋଟିଏ ପରିବାରର 4 ମୃତ
ପୋଡ଼ି ହୋଇ ଗୋଟିଏ ପରିବାରର 4 ମୃତ

ସିମଲା: ହିମାଚଳ ପ୍ରଦେଶ ଚମ୍ବା ଜିଲ୍ଲାରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି । ତିସା ଅଞ୍ଚଳର ସୁଇଲା ଗ୍ରାମରେ ଅଗ୍ନିକାଣ୍ଡ ଘଟି ଗୋଟିଏ ପରିବାରର 4 ଜଣଙ୍କ ମୃତ୍ୟୁ ଘଟିଛି । ତେବେ ସୂଚନା ପାଇ ପୋଲିସ ପ୍ରଶାସନ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଜାରି ରଖିଥିବା ବେଳେ ନିଆଁ ଲାଗିବାର କାରଣ ଏପର୍ଯ୍ୟନ୍ତ ଜଣାପଡିନାହିଁ ।

ଏହି ଦୁର୍ଘଟଣାରେ ଅନେକ ଗୋରୁଙ୍କର ମଧ୍ୟ ମୃତ୍ୟୁ ହୋଇଥିବା ଜଣାପଡ଼ିଛି । ଏନେଇ ମୁଖ୍ୟମନ୍ତ୍ରୀ ଜୟରାମ ଠାକୁର ଟ୍ବିଟ କରି ଏହି ଦୁର୍ଘଟଣାରେ ଦୁଃଖ ପ୍ରକାଶ କରିବା ସହ ଶୋକ ସନ୍ତପ୍ତ ପରିବାର ବର୍ଗଙ୍କୁ ସମବେଦନା ଜଣାଇଛନ୍ତି ।

ବ୍ୟୁରୋ ରିପୋର୍ଟ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.