ETV Bharat / bharat

ଆର ହରି କୁମାର ହେବେ ନୌସେନା ମୁଖ୍ୟ, NDRF ଡିଜି ହେଲେ ଅତୁଲ କରୱାଲ

author img

By

Published : Nov 10, 2021, 8:58 AM IST

ଆର ହରି କୁମାରଙ୍କୁ ଦେଶର ପରବର୍ତ୍ତୀ ନୌସେନା ମୁଖ୍ୟ ଭାବେ ନିଯୁକ୍ତ କରାଯାଇଛି। ଆସନ୍ତା ୩୦ରେ ବର୍ତ୍ତମାନ ନୌସେନା ମୁଖ୍ୟ ଭାବେ କାର୍ଯ୍ୟ କରୁଥିବା ଆଡମିରାଲ କରମବୀର ସିଂହଙ୍କ ଠାରୁ ଦାୟିତ୍ବ ଗ୍ରହଣ କରିବେ। ସେହିପରି ଅତୁଲ କରୱାଲଙ୍କୁ ଏନଡିଆରଏଫ ନୂଆ ମହାନିର୍ଦ୍ଦେଶକ ଭାବରେ ନିଯୁକ୍ତି ମିଳିଛି । ଅଧିକ ପଢନ୍ତୁ..

NDRF ଡିଜି ହେଲେ ଅତୁଲ କରୱାଲ
NDRF ଡିଜି ହେଲେ ଅତୁଲ କରୱାଲ

ନୂଆଦିଲ୍ଲୀ: ୱେଷ୍ଟର୍ଣ୍ଣ ନାଭାଲ କମାଣ୍ଡ ମୁଖ୍ୟ ଭାଇସ ଆଡମିରାଲ ଆର ହରି କୁମାରଙ୍କୁ ଦେଶର ପରବର୍ତ୍ତୀ ନୌସେନା ମୁଖ୍ୟ ଭାବେ ନିଯୁକ୍ତ କରାଯାଇଛି । ଆସନ୍ତା ୩୦ରେ ବର୍ତ୍ତମାନ ନୌସେନା ମୁଖ୍ୟ ଭାବେ କାର୍ଯ୍ୟ କରୁଥିବା ଆଡମିରାଲ କରମବୀର ସିଂହଙ୍କ ଠାରୁ ଦାୟିତ୍ବ ଗ୍ରହଣ କରିବେ। ସେହିପରି ଅତୁଲ କରୱାଲଙ୍କୁ ଏନଡିଆରଏଫ ନୂଆ ମହାନିର୍ଦ୍ଦେଶକ ଭାବରେ ନିଯୁକ୍ତି ମିଳିଛି । ପ୍ରତିରକ୍ଷା ମନ୍ତ୍ରଣାଳୟ ପକ୍ଷରୁ ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଛି।

ବର୍ତ୍ତମାନ ଆର ହରି କୁମାର ୱେଷ୍ଟର୍ଣ୍ଣ ନାଭାଲ କମାଣ୍ଡରେ ଫ୍ଲାଗ ଅଫିସର କମାଣ୍ଡିଂ ଇନ ଚିଫ ଭାବେ କାର୍ଯ୍ୟ କରୁଛନ୍ତି । ନୌସେନାର କାର୍ଯ୍ୟନିର୍ବାହୀ ବ୍ରାଞ୍ଚରେ ହରି କୁମାର ୧୯୮୩ ମସିହା ଜାନୁଆରୀ ୧ରେ ନିଯୁକ୍ତ ପାଇଥିଲେ। ୩୯ ବର୍ଷର କାର୍ଯ୍ୟକାଳ ମଧ୍ୟରେ ସେ ନୌସେନାର ବିଭିନ୍ନ ପଦ ପଦବୀରେ କାମ କରିଛନ୍ତି । ସେ ଆଇଏନଏସ୍ ବିରାଟ ଓ ମିସାଇଲ ବିଧ୍ବସଂକାରୀ ଆଇଏନଏସ୍ ରଣବୀରର ପରିଚାଳନା ଦାୟିତ୍ବ ସମ୍ପାଦନ କରିଛନ୍ତି । ଏହା ବ୍ୟତୀତ ଆର ହରି କୁମାର ଇଣ୍ଟିଗ୍ରେଟେଡ ଡିଫେନ୍ସ ଷ୍ଟାଫ ମୁଖ୍ୟ ଭାବେ ମଧ୍ୟ କାର୍ଯ୍ୟ କରିଛନ୍ତି । ତେଣୁ ତାଙ୍କୁ ନୌସେନାର ମୁଖ୍ୟ ଭାବେ ନିଯୁକ୍ତି ମିଳିଛି । ୩୦ ତାରିଖରୁ ସେ ନୌସେନା ମୁଖ୍ୟ ଭାବେ ଦାୟିତ୍ବ ଗ୍ରହଣ କରିବେ ।

ଅନ୍ୟପକ୍ଷରେ ଭାରତୀୟ ପୋଲିସ ସେବା ବିଭାଗର ବରିଷ୍ଠ ଅଧିକାରୀ ଅତୁଲ କରୱାଲଙ୍କୁ ଏନଡିଆରଏଫର ମୁଖ୍ୟ ଭାବରେ ନିଯୁକ୍ତ କରାଯାଇଛି । ୧୯୮୮ ବ୍ୟାଚ୍ ଗୁଜୁରାଟ କ୍ୟାଡର ଆଇପିଏସ ଅତୁଲ କରୱାଲଙ୍କୁ ଏନଡିଆରଏଫର ମହାନିର୍ଦ୍ଦେଶକ ଭାବରେ ନିଯୁକ୍ତ କରାଯାଇଛି। କରୱାଲ ବର୍ତ୍ତମାନ ହାଇଦ୍ରାବାଦରେ ଥିବା ସର୍ଦ୍ଦାର ବଲ୍ଲଭ ଭାଇ ପଟେଲ ନ୍ୟାସନାଲ ପୋଲିସ ଏକାଡେମୀର ନିର୍ଦ୍ଦେଶକ ଭାବେ କାର୍ଯ୍ୟ କରୁଛନ୍ତି ।

@ANI

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.