ETV Bharat / bharat

କେନ୍ଦ୍ର ଗୃହମନ୍ତ୍ରୀଙ୍କୁ ଭେଟିଲେ ହିମାଚଳ ପ୍ରଦେଶ ମୁଖ୍ୟମନ୍ତ୍ରୀ

ହିମାଚଳ ପ୍ରଦେଶର ମୁଖ୍ୟମନ୍ତ୍ରୀ ରବିବାର କେନ୍ଦ୍ର ଗୃହମନ୍ତ୍ରୀଙ୍କୁ ଭେଟିଛନ୍ତି । ଅଧିକ ପଢନ୍ତୁ...

author img

By

Published : Jun 7, 2021, 12:54 PM IST

କେନ୍ଦ୍ର ଗୃହମନ୍ତ୍ରୀଙ୍କୁ ଭେଟିଲେ ହିମାଚଳ ପ୍ରଦେଶ ମୁଖ୍ୟମନ୍ତ୍ରୀ
କେନ୍ଦ୍ର ଗୃହମନ୍ତ୍ରୀଙ୍କୁ ଭେଟିଲେ ହିମାଚଳ ପ୍ରଦେଶ ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ: ହିମାଚଳ ପ୍ରଦେଶ ମୁଖ୍ୟମନ୍ତ୍ରୀ ଜୟରାମ ଠାକୁର ରବିବାର କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କୁ ଭେଟିଛନ୍ତି । ଏହି ବୈଠକରେ ସେ ହିମାଚଳ ପ୍ରଦେଶର ବିଭିନ୍ନ ବିକାଶମୂଳକ କାର୍ଯ୍ୟ ସମ୍ପର୍କରେ ଆଲୋଚନା କରିଥିବା ଠାକୁର ଟ୍ବିଟ ଯୋଗେ ସୂଚନା ଦେଇଛନ୍ତି ।

ହିମାଚଳ ପ୍ରଦେଶର ବିଭିନ୍ନ ବିକାଶମୂଳକ କାର୍ଯ୍ୟ ପାଇଁ କେନ୍ଦ୍ର ସରକାର ରାଜ୍ୟରୁ ସମସ୍ତ ସହାୟତା ଯୋଗାଇ ଦେବେ ବୋଲି ଶାହ ବୈଠକରେ କହିଛନ୍ତି । ଦେବଭୂମି ହିମାଚଳ ପ୍ରଦେଶରେ ଆଗକୁ ବିଭିନ୍ନ ବିକାଶମୂଳକ କାର୍ଯ୍ୟ କରି ରାଜ୍ୟରେ ଉନ୍ନତି ଆଣିବା ପାଇଁ ମୁଖ୍ୟମନ୍ତ୍ରୀ ଠାକୁର ଯୋଜନା କରିଛନ୍ତି । ଏଣୁ ସେ ଶାହଙ୍କୁ ଭେଟି ଏ ସମ୍ପର୍କରେ ଆଲୋଚନା କରିଥିବା କହିଛନ୍ତି ।

ସେ ନିଜ ଟ୍ବିଟର ଆକାଉଣ୍ଟରେ ଲେଖିଛନ୍ତି ଯେ ସେ କେନ୍ଦ୍ର ଗୃହମନ୍ତ୍ରୀଙ୍କୁ ଭେଟିଛନ୍ତି । ରାଜ୍ୟର ବିଭିନ୍ନ ବିକାଶମୂଳକ କାର୍ଯ୍ୟ ସମ୍ପର୍କରେ ସେ ଶାହଙ୍କୁ ଅବଗତ କରାଇବା ସହିତ ସେ ସମ୍ପର୍କରେ ଆଲୋଚନା କରିଛନ୍ତି । ଏହାସହିତ କେନ୍ଦ୍ର ନିକଟରୁ ରାଜ୍ୟର ଥିବା ଆଶା ସମ୍ପର୍କରେ ମଧ୍ୟ ସେ ପ୍ରକାଶ କରିଥିଲେ । କେନ୍ଦ୍ର ସରକାର ସମସ୍ତ ଆବଶ୍ୟକମୂଳକ ସହାୟତା ଯୋଗାଇବେ ବୋଲି ଶାହ ପ୍ରତିଶୃତି ଦେଇଛନ୍ତି ବୋଲି ସେ କହିଛନ୍ତି ।

@ANI

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.