ETV Bharat / bharat

ଅଷ୍ଟ୍ରେଲିଆର ଶିକ୍ଷା ମନ୍ତ୍ରୀ ଏବଂ କେନ୍ଦ୍ରମନ୍ତ୍ରୀଙ୍କ ମଧ୍ୟରେ ଦ୍ୱିପାକ୍ଷିକ ବୈଠକ

କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏବଂ ଅଷ୍ଟ୍ରେଲିଆ ଶିକ୍ଷା ମନ୍ତ୍ରୀଙ୍କ ମଧ୍ୟରେ ଦ୍ବିପାକ୍ଷିକ ବୈଠକ । ଭାରତ ଓ ଅଷ୍ଟ୍ରେଲିଆର ଶିକ୍ଷା, ଗବେଷଣା ଓ ଦକ୍ଷତା କ୍ଷେତ୍ରକୁ ସୁଦୃଢ଼ କରିବା ପାଇଁ ୧୧ଟି ଏମଓୟୁ ସ୍ୱାକ୍ଷରିତ । ଅଧିକ ପଢନ୍ତୁ

author img

By

Published : Mar 3, 2023, 8:45 AM IST

India and Australia sign a Framework Mechanism

ଭୁବନେଶ୍ବର: କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏବଂ ଅଷ୍ଟ୍ରେଲିଆ ଶିକ୍ଷା ମନ୍ତ୍ରୀ ଜେସନ କ୍ଲେରଙ୍କ ମଧ୍ୟରେ ଶିକ୍ଷା ଓ ଦକ୍ଷତାକୁ ସୁଦୃଢ଼ କରିବା ନେଇ ଦ୍ୱିପାକ୍ଷିକ ବୈଠକ ଅନୁଷ୍ଠିତ ହୋଇଯାଇଛି । ଦୁଇ ଦେଶ ମଧ୍ୟରେ ଗବେଷଣାକୁ ପ୍ରୋତ୍ସାହନ ଦେବା ଓ ଶିକ୍ଷାନୁଷ୍ଠାନରେ ସହଯୋଗୀ ହେବା ନେଇ ୧୧ଟି ବୁଝାମଣା ପତ୍ର(ଏମଓୟୁ) ସ୍ୱାକ୍ଷରିତ ହୋଇଥିବା କେନ୍ଦ୍ର ଶିକ୍ଷାମନ୍ତ୍ରୀ ସୂଚନା ଦେଇଛନ୍ତି । ଦ୍ୱିପାକ୍ଷିକ ବୈଠକ ଶିକ୍ଷା କ୍ଷେତ୍ରରେ ଛାତ୍ରଛାତ୍ରୀଙ୍କ ପାଇଁ ନୂଆ ସୁଯୋଗ ଆଣିବ।

ବୈଠକ ପରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି ଯେ, ''ଭାରତର କୃଷି କ୍ଷେତ୍ରରେ ଲୋକଙ୍କ ଦକ୍ଷତା ବୃଦ୍ଧି କରିବା ପାଇଁ ଆଗାମୀ ଦେଢ ବର୍ଷରେ ଅଷ୍ଟ୍ରେଲିଆ ସରକାର ୧.୮୯ ମିଲିୟନ ଡଲାର ଖର୍ଚ୍ଚ କରିବେ । ଅଷ୍ଟ୍ରେଲିଆ ବିଶ୍ୱବିଦ୍ୟାଳୟ ସହ ଭାରତର ଶିକ୍ଷାନୁଷ୍ଠାନ ମିଳିତ ଭାବେ ନୂଆ ପାଠ୍ୟକ୍ରମ ତିଆରି କରିବ, ପ୍ରଶିକ୍ଷକ ସୃଷ୍ଟି କରିବା ସହ ସେମାନଙ୍କ କ୍ଷମତା ବୃଦ୍ଧି କରିବା ଉପରେ ଯୋଜନା ପ୍ରସ୍ତୁତ କରାଯିବ । ଅଷ୍ଟ୍ରେଲିଆ ଏବଂ ଭାରତରେ ପାଠ ପଢୁଥିବା ଛାତ୍ରଛାତ୍ରୀଙ୍କ ଯୋଗ୍ୟତାକୁ ମାନ୍ୟତା ଦେବା ସହ ଆଇଇଆଇଏଫ କ୍ରିଟିକାଲ ସ୍କିଲ ପ୍ରୋଜେକ୍ଟର ଘୋଷଣା କରାଯାଇଛି । ଏହି ଦ୍ୱିପାକ୍ଷିକ ବୈଠକ ଉଭୟ ଦେଶର ଛାତ୍ରଛାତ୍ରୀଙ୍କ ପାଇଁ ଶିକ୍ଷା କ୍ଷେତ୍ରରେ ନୂଆ ସୁଯୋଗ ଆଣିବ।''

''ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଅଧ୍ୟୟନରତ ଛାତ୍ରଛାତ୍ରୀ ଏବଂ କର୍ମଜୀବୀଙ୍କୁ ସୁବିଧା ପ୍ରଦାନ କରିବା ସହ ଦୁଇ ଦେଶ ମଧ୍ୟରେ ଯୋଗ୍ୟତାକୁ ପାରସ୍ପରିକ ମାନ୍ୟତା ପ୍ରଦାନ କରିବା ପାଇଁ ନୀତିଗତ ଢାଞ୍ଚା ଚୁକ୍ତି ସ୍ୱାକ୍ଷରିତ ହୋଇଛି । ଏହି ଚୁକ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପ୍ରତିବଦ୍ଧତାର ଅଂଶବିଶେଷ । ଉଭୟ ଦେଶର ଶିକ୍ଷା ଓ ଦକ୍ଷତା ବିକାଶ ମନ୍ତ୍ରଣାଳୟର ବରିଷ୍ଠ ଅଧିକାରୀଙ୍କୁ ନେଇ ଏକ ଟ୍ୟାସ୍କ ଫୋର୍ସ ଗଠନ କରାଯାଇଛି । ଏହି ଟାସ୍କ ଫୋର୍ସ ଦୁଇ ଦେଶର ଶିକ୍ଷା ଓ ଦକ୍ଷତା ଉପରେ ଆଧାରିତ । ଯୁବବର୍ଗଙ୍କୁ ଶିକ୍ଷା ଓ ରୋଜଗାରରେ ସହଯୋଗ କରିବା ପାଇଁ ବିଭିନ୍ନ ସ୍ତରର ଶିକ୍ଷା ଓ ଦକ୍ଷତାର ଯୋଗ୍ୟତାକୁ ନେଇ ପାରସ୍ପରିକ ସ୍ୱୀକୃତି ପାଇଁ ଏକ ବିସ୍ତୁତ ଢାଞ୍ଚା ପ୍ରସ୍ତୁତ କରାଯାଇଛି ।''

ଉଭୟ ଦେଶର ମନ୍ତ୍ରୀ ବଢୁଥିବା ବିସ୍ତୃତ ରଣନୈତିକ ସହଭାଗିତାକୁ ପ୍ରଶଂସା କରିଥିଲେ । ଏହାସହ ଆନୁଷ୍ଠାନିକ ସହଭାଗିତାକୁ ସୁଦୃଢ କରିବା ଓ ଶିକ୍ଷା କ୍ଷେତ୍ରରେ ଦୂରତାକୁ ହ୍ରାସ କରିବା ପାଇଁ ଅଷ୍ଟ୍ରେଲିଆ ସରକାରଙ୍କ ପ୍ରତିବଦ୍ଧତାକୁ ପ୍ରଶଂସା କରିଥିଲେ କେନ୍ଦ୍ରମନ୍ତ୍ରୀ । ଦେଶରେ ଆଗାମୀ ସେପ୍ଟେମ୍ବର ମାସରେ ଅନୁଷ୍ଠିତ ହେବାକୁ ଥିବା ସପ୍ତମ ଏଆଇଇଏସସି ଏବଂ ଜୁନ ମାସରେ ଅନୁଷ୍ଠିତ ହେବାକୁ ଥିବା ଜି-୨୦ ଶିକ୍ଷା ବୈଠକରେ ଯୋଗଦେବା ପାଇଁ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଅଷ୍ଟ୍ରେଲିଆ ଶିକ୍ଷା ମନ୍ତ୍ରୀଙ୍କୁ ନିମନ୍ତ୍ରଣ କରିଛନ୍ତି ।

ଇଟିଭି ଭାରତ, ଭୁବନେଶ୍ବର

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.