ETV Bharat / bharat

India Corona, ଦିନକରେ 14092 ସଂକ୍ରମିତ ଚିହ୍ନଟ - ଦେଶରେ ସଂକ୍ରମଣ ବୃଦ୍ଧି

ଗତ 24 ଘଣ୍ଟା ମଧ୍ୟରେ ଦେଶବ୍ୟାପୀ ମୋଟ 15,815 ଜଣ ନୂଆ ସଂକ୍ରମିତ ଚିହ୍ନଟ । ଦିନକରେ 41 ମୃତ । ଅଧିକ ପଢନ୍ତୁ

India Corona, ଦିନକରେ 14,092 ସଂକ୍ରମିତ ଚିହ୍ନଟ

author img

By

Published : Aug 14, 2022, 10:10 AM IST

ନୂଆଦିଲ୍ଲୀ: ଦେଶରେ କୋରୋନା ସଂକ୍ରମଣରେ ହ୍ରାସ ବୃଦ୍ଧି ଲାଗି ରହିଛି । ଦିନେ ସଂକ୍ରମଣ କମିଲେ ଆଉ ଦିନେ ବଢୁଛି । ଗତ 24 ଘଣ୍ଟା ମଧ୍ୟରେ ଦେଶବ୍ୟାପୀ ମୋଟ 14,092 ଜଣ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି (India Records 14,092 fresh Covid Cases) । ସେହିପରି ଦିନକରେ 41 ଜଣଙ୍କ ମୃତ୍ୟୁ ଘଟିଛି ଏବଂ 16,454 ଜଣ କୋରୋନାରୁ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ଦେଶରେ ମୋଟ ସୁସ୍ଥସଂଖ୍ୟା 4,36,09,566କୁ ବୃଦ୍ଧି ପାଇଛି । ଏନେଇ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି ।

ମନ୍ତ୍ରଣାଳୟର ସୂଚନା ଅନୁଯାୟୀ, ଦେଶରେ ସୁସ୍ଥସଂଖ୍ୟା ବଢିବା ସହ ବର୍ତ୍ତମାନ ସକ୍ରିୟ ମାମଲା ହ୍ରାସ ପାଉଛି । ଆଜିର ନୂଆ ସଂକ୍ରମଣକୁ ମିଶାଇ ମୋଟ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା 1,16,861ରେ ପହଞ୍ଚିଛି । ଦୈନିକ ପଜିଟିଭ ହାର 3.69% ରହିଛି । ଏବେ ସୁଦ୍ଧା ସମୁଦାୟ 5,27,037ଜଣ କୋରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଦେଶବ୍ୟାପୀ ମୋଟ 207 କୋଟିରୁ ଅଧିକ ଡୋଜ୍ ଟୀକାକରଣ କରାଯାଇଛି । ଗତ 24 ଘଣ୍ଟା ମଧ୍ୟରେ କେବଳ 28,01,457 ଜଣଙ୍କୁ ଟିକା ଦିଆଯାଇଛି ।

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.