ETV Bharat / bharat

India Corona, ଦିନକରେ 14917 ନୂଆ ସଂକ୍ରମିତ - କୋରୋନା ଅପଡେଟ

ଗତ 24 ଘଣ୍ଟା ମଧ୍ୟରେ ଦେଶବ୍ୟାପୀ ମୋଟ 14,917 ଜଣ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି (India Records 14,917 fresh Covid Cases) । ସେହିପରି ଦିନକରେ 32 ଜଣଙ୍କ ମୃତ୍ୟୁ ଘଟିଛି । ଅଧିକ ପଢନ୍ତୁ

India Corona,ଦିନକରେ 14,917 ନୂଆ ସଂକ୍ରମିତ ଚିହ୍ନଟ

author img

By

Published : Aug 15, 2022, 11:09 AM IST

ନୂଆଦିଲ୍ଲୀ: ଦେଶରେ କୋରୋନା ସଂକ୍ରମଣ ହ୍ରାସ ପାଇବାରେ ଲାଗିଛି । ଗତ 24 ଘଣ୍ଟା ମଧ୍ୟରେ ଦେଶବ୍ୟାପୀ ମୋଟ 14,917 ଜଣ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି (India Records 14,917 fresh Covid Cases) । ଦିନକରେ ସକ୍ରିୟ ସଂକ୍ରମିତଙ୍କ 647 ଚିହ୍ନଟ ହୋଇଛନ୍ତି । ସେହିପରି ଦିନକରେ 32 ଜଣଙ୍କ ମୃତ୍ୟୁ ଘଟିଛି । ଏହାକୁ ମିଶାଇ ଦେଶରେ ମୋଟ ସୁସ୍ଥସଂଖ୍ୟା 5,27,069କୁ ବୃଦ୍ଧି ପାଇଛି । ଏନେଇ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି ।

ମନ୍ତ୍ରଣାଳୟର ସୂଚନା ଅନୁଯାୟୀ, ଦେଶରେ ସୁସ୍ଥସଂଖ୍ୟା ବଢିବା ସହ ବର୍ତ୍ତମାନ ସକ୍ରିୟ ମାମଲା ହ୍ରାସ ପାଉଛି । ଆଜିର ନୂଆ ସଂକ୍ରମଣକୁ ମିଶାଇ ମୋଟ ସକ୍ରିୟ ସଂକ୍ରମିତ ସଂଖ୍ୟା 1,17,508ରେ ରହିଛି । ଦୈନିକ ପଜିଟିଭ ହାର 7.52ରହିଛି । ସାପ୍ତାହିକ ଆରୋଗ୍ୟ ହାର 4.65 ରହିଛି । ଦେଶରେ ଆଜିର ଆକ୍ରାନ୍ତଙ୍କୁ ମିଶାଇ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା 4,42,68,381କୁ ବୃଦ୍ଧି ପାଇଛି । ମୋଟ 207 କୋଟିରୁ ଅଧିକ ଡୋଜ୍ ଟୀକାକରଣ କରାଯାଇଛି ।

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.