ନୂଆଦିଲ୍ଲୀ: ଦେଶରେ ବଢୁଛି କୋରୋନା ଆତଙ୍କ । ପ୍ରତିଦିନ 3 ହଜାରେ ଉପରେ ରହୁଛି ସଂକ୍ରମଣ ମାମଲା । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ପୁଣି 3,275 ଜଣ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି(India reports 3,275 fresh covid cases) । ଆଜି ମୃତ୍ୟୁସଂଖ୍ୟା ମଧ୍ୟ ବୃଦ୍ଧି ପାଇଛି । ଦିନକରେ ଦେଶରେ 55 ଜଣ କୋରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଥିବା ବେଳେ 3,010 ଜଣ ସୁସ୍ଥ ହୋଇଛନ୍ତି । କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଏନେଇ ସୂଚନା ଦିଆଯାଇଛି ।
ମନ୍ତ୍ରଣାଳୟ ଅନୁଯାୟୀ, ଆଜିର ନୂତନ ସଂକ୍ରମଣକୁ ମିଶାଇ ବର୍ତ୍ତମାନ ଦେଶରେ ମୋଟ ସକ୍ରିୟ ମାମଲା 19,719କୁ ବୃଦ୍ଧି ପାଇଛି । ଏଯାବତ୍ ସମୁଦାୟ 4,25,47,699 ସଂକ୍ରମିତ ସୁସ୍ଥ ହୋଇଛନ୍ତି ଏବଂ 5,23,975 ଜଣଙ୍କ ମୃତ୍ୟୁ ଘଟିଛି । ଦେଶବ୍ୟାପୀ ସମୁଦାୟ 189 କୋଟିରୁ ଅଧିକ ଡୋଜ୍ ଟୀକାକରଣ କରାଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ କେବଳ 13,98,710 ଡୋଜ୍ ଦିଆଯାଇଛି ।
ବ୍ୟୁରୋ ରିପୋର୍ଟ, ଇଟିଭି ଭାରତ