ନୂଆଦିଲ୍ଲୀ: ଦେଶରେ ଚିନ୍ତା ବଢାଇଛି ମହାମାରୀ । ଦୈନିକ ସଂକ୍ରମଣ ଓ ମୃତ୍ୟୁସଂଖ୍ୟା ଦିନେ କମିଲେ ପୁଣି ଆଉ ଦିନେ ବଢୁଛି । ପ୍ରତିଦିନ 3 ହଜାରେ ଉପରେ ରହୁଛି ପଜିଟିଭଙ୍କ ସଂଖ୍ୟା । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ପୁଣି 3,545 ଜଣ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି(India reports 3,545 fresh Covid Cases) । ତେବେ ଆଜି ସଂକ୍ରମିତଙ୍କ ତୁଳନାରେ ମୃତ୍ୟୁସଂଖ୍ୟା କମ୍ ରହିଛି । ଦିନକରେ ଦେଶରେ ମାତ୍ର 27 ଜଣ କୋରୋନା ସଂକ୍ରମିତ ଆଖି ବୁଜିଛନ୍ତି ଏବଂ 3,549 ଜଣ ସୁସ୍ଥ ହୋଇଛନ୍ତି । ସେହିପରି ସଂକ୍ରମଣ ବଢିବା ସହ ମୋଟ ସକ୍ରିୟ ମାମଲା 19,688କୁ ବୃଦ୍ଧି ପାଇଛି । କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଏନେଇ ସୂଚନା ଦିଆଯାଇଛି ।
ମନ୍ତ୍ରଣାଳୟ ଅନୁଯାୟୀ, ଏଯାବତ୍ ସମୁଦାୟ 4,25,51,248 ସଂକ୍ରମିତ ସୁସ୍ଥ ହୋଇଛନ୍ତି ଏବଂ 5,24,002 ଜଣଙ୍କ ମୃତ୍ୟୁ ଘଟିଛି । ଦେଶବ୍ୟାପୀ ସମୁଦାୟ 189 କୋଟିରୁ ଅଧିକ ଡୋଜ୍ ଟୀକାକରଣ କରାଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ କେବଳ 16,59,843 ଡୋଜ୍ ଦିଆଯାଇଛି । ଦେଶରେ ପୁଣି ପଜିଟିଭ ମାମଲା ବଢୁଥିବାରୁ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ କୋଭିଡ ଗାଇଡଲାଇନ ମାନି ମାସ୍କ ବ୍ୟବହାର କରିବାକୁ ଓ ଭିଡରୁ ଦୂରେଇ ରହିବାକୁ ପରାମର୍ଶ ଦିଆଯାଉଛି ।
ବ୍ୟୁରୋ ରିପୋର୍ଟ, ଇଟିଭି ଭାରତ