ETV Bharat / bharat

India Corona: ଦିନକରେ ୩୬୧୫ ନୂଆ ସଂକ୍ରମିତ

author img

By

Published : Sep 28, 2022, 10:26 AM IST

ଦେଶରେ ହ୍ରାସ ପାଉଛି କୋରୋନା ସଂକ୍ରମଣ । ଦିନକରେ ମାତ୍ର 3,615 ନୂଆ ସଂକ୍ରମିତ ଚିହ୍ନଟ । ଅଧିକ ପଢନ୍ତୁ

India Corona: ଦିନକରେ ୩୬୧୫ ନୂଆ ସଂକ୍ରମିତ
India Corona: ଦିନକରେ ୩୬୧୫ ନୂଆ ସଂକ୍ରମିତ

ନୂଆଦିଲ୍ଲୀ: ଦେଶରେ ନିୟନ୍ତ୍ରଣରେ ରହିଛି ମହାମାରୀ । ପ୍ରତିଦିନ ହ୍ରାସ ପାଉଛି ଦୈନିକ ସଂକ୍ରମଣ । ଗତ 24 ଘଣ୍ଟା ମଧ୍ୟରେ ଦେଶବ୍ୟାପୀ 4 ହଜାରରୁ କମ୍ କୋରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହି ନୂଆ ସଂକ୍ରମିତଙ୍କ ସଂଖ୍ୟା 3,615 ରହିଛି (India Records 3,615 fresh Covid Cases) । ସେହିପରି ଦିନକରେ ୨୨ ଜଣ ସଂକ୍ରମିତଙ୍କ ମୃତ୍ୟୁ ଘଟିଛି । ଗୋଟିଏ ପଟେ ଦେଶରେ ସଂକ୍ରମଣ କମୁଥିବାବେଳେ ଅନ୍ୟପଟେ ପ୍ରତିଦିନ ସୁସ୍ଥ ସଂଖ୍ୟା ବୃଦ୍ଧି ପାଉଛି ।

24 ଘଣ୍ଟା ମଧ୍ୟରେ ମୋଟ 4,972 ଜଣ କୋରୋନାରୁ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ଦେଶରେ ମୋଟ ସୁସ୍ଥ ସଂଖ୍ୟା 4,40,09,525ରେ ପହଞ୍ଚିଛି । ଏନେଇ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ (Union Health Ministry) ପକ୍ଷରୁ ସୂଚନା ଦିଆଯାଇଛି ।

ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ସୂଚନା ଅନୁଯାୟୀ, ଅଧିକାଂଶ ସମୟରେ ଦେଶରେ ସଂକ୍ରମଣ ଅପେକ୍ଷା ସୁସ୍ଥସଂଖ୍ୟା ଅଧିକ ରହୁଥିବା ଦେଖାଯାଉଛି । ସୁସ୍ଥ ସଂଖ୍ୟା ବଢିବା ସହ ସକ୍ରିୟ ମାମଲା ହ୍ରାସ ପାଇ 40, 979ରେ ପହଞ୍ଚିଛି । ଦୈନିକ ପଜିଟିଭ ହାର 1.12%.କୁ ବୃଦ୍ଧି ପାଇଛି । ସାପ୍ତାହିକ ହାର 1.55% ରହିଛି । ଆଜି ପର୍ଯ୍ୟନ୍ତ 5,28,562 ହଜାରରୁ ଅଧିକ କୋରୋନା ସଂକ୍ରମିତ(Corona Positive) ପ୍ରାଣ ହରାଇଛନ୍ତି । ଏବେ ସୁଦ୍ଧା ଦେଶରେ 89.44 କୋଟି କୋରୋନା ଟେଷ୍ଟିଂ କରାଯାଇଛି ।

ଏହାମଧ୍ୟ ପଢନ୍ତୁ: କୋଭିଡ ଭଳି ବାଦୁଡିଙ୍କ ଠାରୁ ବ୍ୟାପୁଛି ଆଉ ଏକ ମାରାତ୍ମକ ଭୂତାଣୁ

ଦେଶବ୍ୟାପୀ କୋରୋନା ଟୀକାକରଣ ଅଭିଯାନରେ ଭାରତ ମାଇଲଖୁଣ୍ଟ ଅତିକ୍ରମ କରିଛି । ସାରା ଦେଶରେ ଆଜି ପର୍ଯ୍ୟନ୍ତ 217 କୋଟିରୁ ଅଧିକ ଡୋଜ୍ ଟୀକାକରଣ କରାଯାଇଛି । ଗତ 24 ଘଣ୍ଟା ମଧ୍ୟରେ କେବଳ 13,87,533 ଜଣଙ୍କୁ ଟିକା ଦିଆଯାଇଛି । ଏବେ ଲୋକଙ୍କୁ ମାଗଣାରେ ବୁଷ୍ଟର ଡୋଜ ଦିଆଯାଉଛି । ପ୍ରତିଦିନ ଦେଶରେ 20 ଲକ୍ଷରୁ ଅଧିକ ବୁଷ୍ଟର ଡୋଜ ଦିଆଯାଉଥିବା କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ମନସୁଖ ମାଣ୍ଡଭିୟା(Manuskh mandaviya) ସୂଚନା ଦେଇଛନ୍ତି ।

କୋଭିଡ ଟୀକାକରଣ ଅଭିଯାନକୁ ଆହୁରି ସଫଳ କରିବା ଉଦ୍ଦେଶ୍ୟରେ ଜୁଲାଇ 15ରୁ 'କୋଭିଡ ଭ୍ୟାକ୍ସିନ ଅମୃତ ମହୋତ୍ସବ' (COVID Vaccination Amrit Mahotsav) କାର୍ଯ୍ୟକ୍ରମ ଆରମ୍ଭ ହୋଇଛି । ଯାହାକି ସେପ୍ଟେମ୍ବର 30 ଯାଏଁ ଚାଲିବ । ଏହି କାର୍ଯ୍ୟକ୍ରମ ଅନ୍ତର୍ଗତ 18 ବର୍ଷ ଏବଂ 75 ବର୍ଷ ବୟସରୁ ଊର୍ଦ୍ଧ୍ବ ବ୍ୟକ୍ତିଙ୍କ ମାଗଣା ବୁଷ୍ଟର ଡୋଜ୍ ଦିଆଯାଉଛି ।

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.