ETV Bharat / bharat

India Corona: ଦିନକରେ ୪୭୭୭ ନୂଆ ସଂକ୍ରମିତ - କୋରନା ସଂକ୍ରମଣ ହ୍ରାସ

ଦେଶରେ କମୁଛି ସଂକ୍ରମଣ । ଗତ 24 ଘଣ୍ଟା ମଧ୍ୟରେ 4,777 ଜଣ ନୂଆ ସଂକ୍ରମିତ । ଅଧିକ ପଢନ୍ତୁ

India Corona: ଦିନକରେ ୫ ହଜାରରୁ କମ୍ ସଂକ୍ରମିତ ଚିହ୍ନଟ

author img

By

Published : Sep 25, 2022, 10:57 AM IST

ନୂଆଦିଲ୍ଲୀ: ଦେଶରେ କୋରୋନା ସଂକ୍ରମଣ ହ୍ରାସ ପାଉଛି । କ୍ରମାଗତ ଦ୍ବିତୀୟ ଦିନରେ 5 ହଜାରରୁ କମ୍ ପଜିଟିଭି ମାମଲା ପ୍ରକାଶ ପାଇଛି । ଗତ 24 ଘଣ୍ଟା ମଧ୍ୟରେ ଦେଶବ୍ୟାପୀ ମୋଟ 4,777 ନୂଆ କୋରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି (India Records 4,777 fresh Covid Cases) । ଗତକାଲି ଏହି ସଂଖ୍ୟା 4,912 ଥିଲା । ସେହିପରି ଦିନକରେ 23 ସଂକ୍ରମିତଙ୍କ ମୃତ୍ୟୁ ଘଟିଛି । ଗୋଟିଏ ପଟେ ଦେଶରେ ସଂକ୍ରମଣ କମୁଥିବା ବେଳେ ପ୍ରତିଦିନ ସୁସ୍ଥ ସଂଖ୍ୟା ବୃଦ୍ଧି ପାଉଛି । 24 ଘଣ୍ଟା ମଧ୍ୟରେ ମୋଟ 5,196 ଜଣ କୋରୋନାରୁ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ଦେଶରେ ମୋଟ ସୁସ୍ଥ ସଂଖ୍ୟା 4,39,95,610ରେ ପହଞ୍ଚିଛି । ଏନେଇ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ (Union Health Ministry) ପକ୍ଷରୁ ସୂଚନା ଦିଆଯାଇଛି ।

ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ସୂଚନା ଅନୁଯାୟୀ, ଅଧିକାଂଶ ସମୟରେ ଦେଶରେ ସଂକ୍ରମଣ ଅପେକ୍ଷା ସୁସ୍ଥସଂଖ୍ୟା ଅଧିକ ରହୁଥିବା ଦେଖାଯାଉଛି । ସୁସ୍ଥ ସଂଖ୍ୟା ବଢିବା ସହ ସକ୍ରିୟ ମାମଲା ହ୍ରାସ ପାଇ 43,994ରେ ପହଞ୍ଚିଛି । ଦୈନିକ ପଜିଟିଭ ହାର 1.58%କୁ ବୃଦ୍ଧି ପାଇଛି । ସାପ୍ତାହିକ ହାର 1.63% ରହିଛି । ଆଜି ପର୍ଯ୍ୟନ୍ତ 5,28,510 ହଜାର କୋରୋନା ସଂକ୍ରମିତ(Corona Positive) ପ୍ରାଣ ହରାଇଛନ୍ତି । ଏବେ ସୁଦ୍ଧା ଦେଶରେ 89.36 କୋଟି କୋରୋନା ଟେଷ୍ଟିଂ କରାଯାଇଛି ।

ଦେଶବ୍ୟାପୀ କୋରୋନା ଟୀକାକରଣ ଅଭିଯାନରେ ଭାରତ ମାଇଲଖୁଣ୍ଟ ଅତିକ୍ରମ କରିଛି । ସାରା ଦେଶରେ ଆଜି ପର୍ଯ୍ୟନ୍ତ 217 କୋଟିରୁ ଅଧିକ ଡୋଜ୍ ଟୀକାକରଣ କରାଯାଇଛି । ଗତ 24 ଘଣ୍ଟା ମଧ୍ୟରେ କେବଳ 15,63,151 ଜଣଙ୍କୁ ଟିକା ଦିଆଯାଇଛି । ଏବେ ଲୋକଙ୍କୁ ମାଗଣାରେ ବୁଷ୍ଟର ଡୋଜ ଦିଆଯାଉଛି । ପ୍ରତିଦିନ ଦେଶରେ 20 ଲକ୍ଷରୁ ଅଧିକ ବୁଷ୍ଟର ଡୋଜ ଦିଆଯାଉଥିବା କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ମନସୁଖ ମାଣ୍ଡଭିୟା(Manuskh mandaviya) ସୂଚନା ଦେଇଛନ୍ତି ।

ଏହାମଧ୍ୟ ପଢନ୍ତୁ: ମଧୁମେହ ଓ ମେଦବହୁଳତାକୁ ଦୂର କରିବ ଆୟୁର୍ବେଦ ଔଷଧ BGR 34

କୋଭିଡ ଟୀକାକରଣ ଅଭିଯାନକୁ ଆହୁରି ସଫଳ କରିବା ଉଦ୍ଦେଶ୍ୟରେ ଜୁଲାଇ 15ରୁ 'କୋଭିଡ ଭ୍ୟାକ୍ସିନ ଅମୃତ ମହୋତ୍ସବ' (COVID Vaccination Amrit Mahotsav) କାର୍ଯ୍ୟକ୍ରମ ଆରମ୍ଭ ହୋଇଛି । ଯାହାକି ସେପ୍ଟେମ୍ବର 30 ଯାଏଁ ଚାଲିବ । ଏହି କାର୍ଯ୍ୟକ୍ରମ ଅନ୍ତର୍ଗତ 18 ବର୍ଷ ଏବଂ 75 ବର୍ଷ ବୟସରୁ ଊର୍ଦ୍ଧ୍ବ ବ୍ୟକ୍ତିଙ୍କ ମାଗଣା ବୁଷ୍ଟର ଡୋଜ୍ ଦିଆଯାଉଛି ।

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.