ETV Bharat / bharat

India Corona: ଦିନକରେ 2,202 ପଜିଟିଭ ଚିହ୍ନଟ - ଦେଶରେ କୋରୋନା ସଂକ୍ରମଣ

ଗତ 24 ଘଣ୍ଟା ମଧ୍ୟରେ ଦେଶରେ 2,202 ଜଣ ନୂଆ ସଂକ୍ରମିତ ଚିହ୍ନଟ । 27 ଜଣଙ୍କ ମୁଣ୍ଡ ନେଇଛି ମହାମାରୀ । ଅଧିକ ପଢନ୍ତୁ

India Corona: ଦିନକରେ 2,202 ପଜିଟିଭ ଚିହ୍ନଟ

author img

By

Published : May 16, 2022, 9:58 AM IST

ନୂଆଦିଲ୍ଲୀ: ଦେଶରେ କମୁଛି କୋରୋନା ସଂକ୍ରମଣ । କିଛି ଦିନ ହେଲାଣି 3 ହଜାର ତଳେ ରହୁଛି ଦୈନିକ ସଂକ୍ରମଣ । ଗତ 24 ଘଣ୍ଟା ମଧ୍ୟରେ ଦେଶରେ ମାତ୍ର 2,202 ଜଣ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି (India Records 2,202 fresh Covid Cases) । ସଂକ୍ରମିତଙ୍କ ସହ ଆଜି(ସୋମବାର) ମୃତ୍ୟୁସଂଖ୍ୟାରେ ସାମାନ୍ୟ ବୃଦ୍ଧି ଘଟିଛି । ଦିନକରେ 27 ଜଣ କୋରୋନା ସଂକ୍ରମିତଙ୍କ ମୃତ୍ୟୁ ହୋଇଥିବା ବେଳେ 2,550 ଜଣ ସୁସ୍ଥ ହୋଇଛନ୍ତି । କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଏନେଇ ସୂଚନା ମିଳିଛି ।

ମନ୍ତ୍ରଣାଳୟ ଅନୁଯାୟୀ, ସଂକ୍ରମଣ କମିବା ପରେ କିଛି ଦିନ ହେଲା ସକ୍ରିୟ ମାମଲା 2 ହଜାର ତଳେ ରହିଛି । ଆଜିର ନୂତନ ସଂକ୍ରମଣକୁ ମିଶାଇ ଦେଶରେ ମୋଟ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା 17,317ରେ ପହଞ୍ଚିଛି । ବର୍ତ୍ତମାନ ଦୈନିକ ପଜିଟିଭ ହାର 0.59% ପ୍ରତିଶତ ରହିଛି । ଏଯାବତ୍ ସମୁଦାୟ 4,25,82,243 ସଂକ୍ରମିତ ସୁସ୍ଥ ହୋଇଛନ୍ତି ଏବଂ 5,24,241 ଜଣଙ୍କ ମୃତ୍ୟୁ ଘଟିଛି । ଦେଶବ୍ୟାପୀ ସମୁଦାୟ 190 କୋଟିରୁ ଅଧିକ ଡୋଜ୍ ଟୀକାକରଣ କରାଯାଇଛି ।

ବ୍ୟୁରୋ ରିପୋର୍ଟ, ଇଟିଭି ଭାରତ

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.