ETV Bharat / bharat

India Corona: ଦିନକରେ 3377 ସଂକ୍ରମିତ, ୬୦ ମୃତ - ଦେଶରେ ବଢୁଛି ସଂକ୍ରମଣ

ଦେଶରେ ବଢୁଛି କୋରୋନା ସଂକ୍ରମଣ । ଗତ ୨୪ ଘଣ୍ଟା ମଧ୍ୟରେ 3,377 ଜଣ ନୂଆ ସଂକ୍ରମିତ ଚିହ୍ନଟ । ଅଧିକ ପଢନ୍ତୁ

India Corona: ଦିନକରେ 3377 ସଂକ୍ରମିତ, ୬୦ ମୃତ

author img

By

Published : Apr 29, 2022, 9:45 AM IST

ନୂଆଦିଲ୍ଲୀ: ଦେଶରେ ପୁଣି ଘାରିଛି କୋରୋନା ଭୟ । ଧୀରେ ଧୀରେ କାୟା ମେଲାଉଛି ମହାମାରୀ । ପ୍ରତିଦିନ ବଢୁଥିବା ସଂକ୍ରମଣ ମାମଲା ଲୋକଙ୍କ ଚିନ୍ତା ବଢାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ପୁଣି 3,377 ଜଣ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି(India reports 3,377 fresh covid cases) । ଆଜି ମୃତ୍ୟୁସଂଖ୍ୟା ମଧ୍ୟ ବୃଦ୍ଧି ପାଇଛି । ଦିନକରେ ଦେଶରେ 60 ଜଣ କୋରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଥିବା ବେଳେ 2,496 ଜଣ ସୁସ୍ଥ ହୋଇଛନ୍ତି । କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଏନେଇ ସୂଚନା ଦିଆଯାଇଛି ।

ମନ୍ତ୍ରଣାଳୟ ଅନୁଯାୟୀ, ଆଜିର ନୂତନ ସଂକ୍ରମଣକୁ ମିଶାଇ ବର୍ତ୍ତମାନ ଦେଶରେ ମୋଟ ସକ୍ରିୟ ମାମଲା 17,801କୁ ବୃଦ୍ଧି ପାଇଛି । ଏଯାବତ୍ ସମୁଦାୟ 4,25,306,22 ସଂକ୍ରମିତ ସୁସ୍ଥ ହୋଇଛନ୍ତି ଏବଂ 5,23,753 ଜଣଙ୍କ ମୃତ୍ୟୁ ଘଟିଛି । ଦେଶବ୍ୟାପୀ ସମୁଦାୟ 188 କୋଟିରୁ ଅଧିକ ଡୋଜ୍ ଟୀକାକରଣ କରାଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ କେବଳ 22,80,743 ଡୋଜ୍ ଦିଆଯାଇଛି ।

ବ୍ୟୁରୋ ରିପୋର୍ଟ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.