ନୂଆଦିଲ୍ଲୀ: କୋରୋନା ସଂକ୍ରମଣରେ ବଡ ହ୍ରାସ । ଦେଶରେ 5 ହଜାରରେ ପହଞ୍ଚିଲା ଦୈନିକ ସଂକ୍ରମଣ । କିଛି ଦିନ ହେବ ଭାରତରେ ପଜିଟିଭଙ୍କ ସଂଖ୍ୟା କମୁଥିବାବେଳେ, ଆଜି ଏଥିରେ ବଡ ହ୍ରାସ ଦେଖାଯାଇଛି । ଗତ 24 ଘଣ୍ଟା ମଧ୍ୟରେ ଦେଶବ୍ୟାପୀ ମାତ୍ର 5,439 ଜଣ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି (India Records 5,439 fresh Covid Cases) । ଗତକାଲି ଏହି ସଂଖ୍ୟା 7,591 ଥିଲା । ଅନ୍ୟପଟେ ଦେଶରେ ସଂକ୍ରମଣ କମୁଥିବାବେଳେ, ସୁସ୍ଥସଂଖ୍ୟା ବୃଦ୍ଧି ପାଉଛି । ଦିନକରେ 22,031 ଜଣ କୋରୋନାରୁ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ଦେଶରେ ମୋଟ ସୁସ୍ଥସଂଖ୍ୟା 4,38,25,024କୁ ବୃଦ୍ଧି ପାଇଛି । ଏନେଇ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ(Union Health Ministry) ପକ୍ଷରୁ ସୂଚନା ଦିଆଯାଇଛି ।
ମନ୍ତ୍ରଣାଳୟର ସୂଚନା ଅନୁଯାୟୀ, ଦେଶରେ ସଂକ୍ରମଣ ଅପେକ୍ଷା ଅଧିକ ସୁସ୍ଥ ହେଉଛନ୍ତି । ସୁସ୍ଥସଂଖ୍ୟା ବଢିବା ସହ ସକ୍ରିୟ ମାମଲା ହ୍ରାସ ପାଉଛି । ଆଜିର ନୂଆ ସଂକ୍ରମଣକୁ ମିଶାଇ ମୋଟ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା 65,732ରେ ପହଞ୍ଚିଛି । ଦୈନିକ ପଜିଟିଭ ହାର 1.70%% ରହିଛି । ସେହିପରି ଦେଶରେ ସାପ୍ତାହିକ ପଜିଟିଭ ହାର 2.64% ଅଛି । ଦେଶରେ କୋରୋନା ସୁସ୍ଥହାର 98.66%ରେ ପହଞ୍ଚିଛି । ଏବେସୁଦ୍ଧା 5 ଲକ୍ଷ 27 ହଜାରରୁ ଅଧିକ କୋରୋନା ସଂକ୍ରମିତ(Corona Positive) ପ୍ରାଣ ହରାଇଛନ୍ତି । କୋଭିଡ ଆରମ୍ଭରୁ ଆଜି ପର୍ଯ୍ୟନ୍ତ ସାରା ଦେଶରେ 88.55 କୋଟି ଟେଷ୍ଟିଂ ହୋଇଛି । ଗତ ୨୪ ଘଣ୍ଟାରେ 3,20,48 ଟେଷ୍ଟି କରାଯାଇଛି ।
ଏହାମଧ୍ୟ ପଢନ୍ତୁ: ଇଣ୍ଡୋନେସିଆ ଗସ୍ତରେ ଧର୍ମେନ୍ଦ୍ର ପ୍ରଧାନ, G20 ଶିକ୍ଷାମନ୍ତ୍ରୀ ବୈଠକରେ ଯୋଗଦେବେ
ଦେଶବ୍ୟାପୀ କୋରୋନା ଟୀକାକରଣ ଅଭିଯାନରେ ଭାରତ ମାଇଲଖୁଣ୍ଟ ଅତିକ୍ରମ କରିଛି । ସାରା ଦେଶରେ ଆଜି ପର୍ଯ୍ୟନ୍ତ 212 କୋଟିରୁ ଅଧିକ ଡୋଜ୍ ଟୀକାକରଣ କରାଯାଇଛି । ଗତ 24 ଘଣ୍ଟା ମଧ୍ୟରେ କେବଳ 26,36,224 ଜଣଙ୍କୁ ଟିକା ଦିଆଯାଇଛି । ସେହିପରି ପ୍ରତିଦିନ ଦେଶରେ 22 ଲକ୍ଷରୁ ଅଧିକ ବୁଷ୍ଟର ଡୋଜ ଦିଆଯାଉଥିବା କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ମନସୁଖ ମାଣ୍ଡଭିୟା(Manuskh mandaviya) ସୂଚନା ଦେଇଛନ୍ତି । କୋଭିଡ ଟୀକାକରଣ ଅଭିଯାନକୁ ଆହୁରି ସଫଳ କରିବା ଉଦ୍ଦେଶ୍ୟରେ ଜୁଲାଇ 15ରୁ 'କୋଭିଡ ଭ୍ୟାକ୍ସିନ ଅମୃତ ମହୋତ୍ସବ' କାର୍ଯ୍ୟକ୍ରମ ଆରମ୍ଭ ହୋଇଛି । ଯାହାକି ସେପ୍ଟେମ୍ବର 30 ଯାଏଁ ଚାଲିବ । ଏହି କାର୍ଯ୍ୟକ୍ରମ ଅନ୍ତର୍ଗତ 18 ବର୍ଷ ଏବଂ 75 ବର୍ଷ ବୟସରୁ ଊର୍ଦ୍ଧ୍ବ ବ୍ୟକ୍ତିଙ୍କ ମାଗଣା ବୁଷ୍ଟର ଡୋଜ୍ ଦିଆଯାଉଛି ।