ନୂଆଦିଲ୍ଲୀ: ଦେଶରେ କମୁଛି କୋରୋନା ଭୟ । 2 ହଜାର ତଳେ ରହୁଛି ଦୈନିକ ସଂକ୍ରମଣ । ଗତ 24 ଘଣ୍ଟା ମଧ୍ୟରେ ଦେଶରେ ମାତ୍ର 1,829 ଜଣ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି (India Records 1,829 fresh Covid Cases)। ଯାହାକି ଗତକାଲି(ମଙ୍ଗଳବାର) ତୁଳନାରେ ସାମାନ୍ୟ ଅଧିକ । ଆଜି ମୃତ୍ୟୁସଂଖ୍ୟା ଅଧିକ ରେକର୍ଡ ହୋଇଛି । ଦିନକରେ 33 ଜଣ କୋରୋନା ସଂକ୍ରମିତଙ୍କ ମୃତ୍ୟୁ ହୋଇଥିବା ବେଳେ 2,549 ଜଣ ସୁସ୍ଥ ହୋଇଛନ୍ତି । କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଏନେଇ ସୂଚନା ମିଳିଛି ।
ମନ୍ତ୍ରଣାଳୟ ଅନୁଯାୟୀ, ସଂକ୍ରମଣ କମିବା ପରେ କିଛି ଦିନ ହେଲା ସକ୍ରିୟ ମାମଲା 20 ହଜାର ତଳେ ରହିଛି । ଆଜିର ନୂତନ ସଂକ୍ରମଣକୁ ମିଶାଇ ଦେଶରେ ମୋଟ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା 15,647ରେ ପହଞ୍ଚିଛି । ବର୍ତ୍ତମାନ ଦୈନିକ ପଜିଟିଭ ହାର 0.42% ରହିଛି । ଏଯାବତ୍ ସମୁଦାୟ 4,25,87,259 ସଂକ୍ରମିତ ସୁସ୍ଥ ହୋଇଛନ୍ତି ଏବଂ 5,24,293 ଜଣଙ୍କ ମୃତ୍ୟୁ ଘଟିଛି । ଦେଶବ୍ୟାପୀ ସମୁଦାୟ 191 କୋଟିରୁ ଅଧିକ ଡୋଜ୍ ଟୀକାକରଣ କରାଯାଇଛି । ଗତ 24 ଘଣ୍ଟା ମଧ୍ୟରେ କେବଳ 14,97,695 ଡୋଜ୍ ଦିଆଯାଇଛି ।
ବ୍ୟୁରୋ ରିପୋର୍ଟ, ଇଟିଭି ଭାରତ