ETV Bharat / bharat

India Corona: ଦିନକରେ 2841 ନୂଆ ସଂକ୍ରମିତ ଚିହ୍ନଟ - ଭାରତ କୋରୋନା ରିପୋର୍ଟ

ଦେଶରେ ନିୟନ୍ତ୍ରଣରେ ରହିଛି ମହାମାରୀ । ଗତ 24 ଘଣ୍ଟା ମଧ୍ୟରେ 2,841 ନୂଆ ସଂକ୍ରମିତ ଚିହ୍ନଟ । ଅଧିକ ପଢନ୍ତୁ

India Corona: ଦିନକରେ 2841 ନୂଆ ସଂକ୍ରମିତ ଚିହ୍ନଟ

author img

By

Published : May 13, 2022, 10:01 AM IST

ନୂଆଦିଲ୍ଲୀ: ଦେଶରେ ନିୟନ୍ତ୍ରଣରେ ରହିଛି କୋରୋନା ସଂକ୍ରମଣ । କିଛି ଦିନ ହେବ ଦୈନିକ ପଜିଟିଭ ମାମଲା 3 ହଜାର ତଳେ ରହୁଛି । ଗତ 24 ଘଣ୍ଟା ମଧ୍ୟରେ ଦେଶରେ ମାତ୍ର 2,841 ଜଣ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି (India Records 2,841 fresh Covid Cases) । ଆଜି ସଂକ୍ରମିତଙ୍କ ସହ ମୃତ୍ୟୁସଂଖ୍ୟା ମଧ୍ୟ ଖୁବ୍ କମ୍ ରେକର୍ଡ ହୋଇଛି । ଦିନକରେ କେବଳ 9 ଜଣ କୋରୋନା ସଂକ୍ରମିତଙ୍କ ମୃତ୍ୟୁ ହୋଇଥିବା ବେଳେ 3,295 ଜଣ ସୁସ୍ଥ ହୋଇଛନ୍ତି । କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଏନେଇ ସୂଚନା ଦିଆଯାଇଛି ।

ମନ୍ତ୍ରଣାଳୟ ଅନୁଯାୟୀ, ସେହିପରି ସଂକ୍ରମଣ କମିବା ପରେ ସକ୍ରିୟ ମାମଲା ମଧ୍ୟ 20 ହଜାର ତଳକୁ ଖସିଆସିଛି । ଆଜିର ନୂତନ ସଂକ୍ରମଣକୁ ମିଶାଇ ଦେଶରେ ମୋଟ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା 18,604ରେ ପହଞ୍ଚିଛି । ବର୍ତ୍ତମାନ ଦୈନିକ ପଜିଟିଭ ହାର 0.95 ପ୍ରତିଶତ ରହିଛି । ଏଯାବତ୍ ସମୁଦାୟ 4,25,73,460 ସଂକ୍ରମିତ ସୁସ୍ଥ ହୋଇଛନ୍ତି ଏବଂ 5,24,190 ଜଣଙ୍କ ମୃତ୍ୟୁ ଘଟିଛି । ଦେଶବ୍ୟାପୀ ସମୁଦାୟ 190 କୋଟିରୁ ଅଧିକ ଡୋଜ୍ ଟୀକାକରଣ କରାଯାଇଛି । ଗତ 24 ଘଣ୍ଟା ମଧ୍ୟରେ କେବଳ 14,03,220 ଡୋଜ୍ ଦିଆଯାଇଛି ।

ବ୍ୟୁରୋ ରିପୋର୍ଟ, ଇଟିଭି ଭାରତ

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.