ETV Bharat / bharat

India Corona: 17 ହଜାର ଉପରେ ସଂକ୍ରମଣ, 23 ମୃତ

author img

By

Published : Jul 1, 2022, 10:01 AM IST

ଦେଶରେ ଉପରମୁହାଁ ରହିଛି ଦୈନିକ ସଂକ୍ରମଣ । ଗତ 24 ଘଣ୍ଟା ମଧ୍ୟରେ 17 ହଜାର 070 ଜଣ ନୂଆ ସଂକ୍ରମିତ ଚିହ୍ନଟ । ଅଧିକ ପଢନ୍ତୁ

17 ହଜାର ଉପରେ ସଂକ୍ରମଣ 23 ମୃତ
17 ହଜାର ଉପରେ ସଂକ୍ରମଣ 23 ମୃତ

ନୂଆଦିଲ୍ଲୀ: ଦେଶରେ ଉପରମୁହାଁ ରହିଛି କୋରୋନା ସଂକ୍ରମଣ । କିଛି ଦିନ ହେବ ସଂକ୍ରମଣ 15 ହଜାର ଉପରେ ରହିଛି । ଗତ 24 ଘଣ୍ଟା ମଧ୍ୟରେ ଦେଶବ୍ୟାପୀ ମୋଟ୍ 17,070 ଜଣ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି (India Records 17,070 fresh Covid Cases) । ଆଜି 23 ଜଣଙ୍କ ଜୀବନ ନେଇଛି ମହାମାରୀ ।

ଏଯାବତ ଦେଶରେ 5 ଲକ୍ଷ25 ହଜାର 139 ଆକ୍ରାନ୍ତ ଆଖି ବୁଜିଛନ୍ତି । ଏନେଇ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି । ମନ୍ତ୍ରଣାଳୟର ସୂଚନା ଅନୁଯାୟୀ, ବର୍ତ୍ତମାନ ଭାରତରେ ସକ୍ରିୟ ମାମଲା ଲକ୍ଷେ ହୋଇଛି । ଆଜିର ନୂଆ ସଂକ୍ରମଣକୁ ମିଶାଇ ମୋଟ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା 107189କୁ ବୃଦ୍ଧି ପାଇଛି । ଦେଶର ଦୈନିକ ପଜିଟିଭ ରେଟ୍ 3.40%ରେ ପହଞ୍ଚିଛି । ଏଯାବତ୍ 4 କୋଟି 83 ଲକ୍ଷ 69ହଜାର 06 ସଂକ୍ରମଣରୁ ଆରୋଗ୍ୟ ଲାଭ କରିଛନ୍ତି । ଦେଶବ୍ୟାପୀ ସମୁଦାୟ 197 କୋଟିରୁ ଅଧିକ ଡୋଜ୍ ଟୀକାକରଣ କରାଯାଇଛି । ଗତ 24 ଘଣ୍ଟା ମଧ୍ୟରେ 10 ଲକ୍ଷରୁ ଅଧିକ ଲୋକେ ଟିକା ନେଇଛନ୍ତି ।

ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.