ETV Bharat / bharat

India Corona: ଦିନକରେ 2022 ସଂକ୍ରମିତ ଚିହ୍ନଟ, 46 ମୃତ - କୋରୋନା ଅପଡେଟ

ଦେଶରେ କ୍ରମଶଃ କମୁଛି କୋରୋନା ସଂକ୍ରମଣ । ଗତ 24 ଘଣ୍ଟା ମଧ୍ୟରେ ଦେଶରେ 2,022 ଜଣ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ( India reports 2,022 fresh cases) । ଅଧିକ ପଢନ୍ତୁ

India Corona Report: ଦିନକରେ 2,022 ସଂକ୍ରମିତ ଚିହ୍ନଟ,46 ମୃତ

author img

By

Published : May 23, 2022, 9:44 AM IST

ନୂଆଦିଲ୍ଲୀ: ଦେଶରେ କ୍ରମଶଃ କମୁଛି କୋରୋନା ସଂକ୍ରମଣ । ଗତ 24 ଘଣ୍ଟା ମଧ୍ୟରେ ଦେଶରେ 2,022 ଜଣ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ( India reports 2,022 fresh cases) । ସଂକ୍ରମଣ କମିବା ସହତ କୋରୋନା ଜନିତ ମୃତ୍ୟୁସଂଖ୍ୟା ମଧ୍ୟ ପୂର୍ବଦିନ ଅପେକ୍ଷା କମ ରହିଛି । ଦିନକରେ 46 ଜଣଙ୍କ ମୁଣ୍ଡ ନେଇଛି ମହାମାରୀ । ଏହାସହ 2,099 ଜଣ ସଂକ୍ରମଣରୁ ସୁସ୍ଥ ହୋଇଛନ୍ତି । ଏନେଇ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଏନେଇ ସୂଚନା ଦିଆଯାଇଛି ।

ମନ୍ତ୍ରଣାଳୟ ଅନୁଯାୟୀ, ଭାରତରେ ସକ୍ରିୟ ମାମଲା ଏବେ 15 ହଜାର ତଳକୁ ଖସିଛି । ଆଜିର ନୂତନ ସଂକ୍ରମଣକୁ ମିଶାଇ ମୋଟ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା 14,832ରହିଛି । ଏହି କ୍ରମରେ ବର୍ତ୍ତମାନ ଦୈନିକ ପଜିଟିଭ ହାର 0.69% ରହିଛି । ଏଯାବତ୍ ସମୁଦାୟ 4,25,99,102 ସଂକ୍ରମିତ ସୁସ୍ଥ ହୋଇଛନ୍ତି ଏବଂ 5,24,459 ଜଣଙ୍କ ମୃତ୍ୟୁ ଘଟିଛି । ଦେଶବ୍ୟାପୀ ସମୁଦାୟ 1,92,38,45,615 କୋଟିରୁ ଅଧିକ ଡୋଜ୍ ଟୀକାକରଣ କରାଯାଇଛି ।

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.