ନୂଆଦିଲ୍ଲୀ: ଦେଶରେ ପୁଣି ଘାରିଛି କୋରୋନା ଭୟ । ଧୀରେ ଧୀରେ କାୟା ମେଲାଉଛି ମହାମାରୀ । ପ୍ରତିଦିନ ବଢୁଥିବା ସଂକ୍ରମଣ ମାମଲା ଲୋକଙ୍କ ଚିନ୍ତା ବଢାଇଛି । ତେବେ ଗତ ୨୪ ଘଣ୍ଟା ମଧ୍ୟରେ 4,041ଜଣ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି (India Records 4,041 fresh Covid Cases) । ସଂକ୍ରମଣ ବୃଦ୍ଧି ପାଇଥିଲେ ମଧ୍ୟ ମୃତ୍ୟୁ ସଂଖ୍ୟା ଅଧିକ ରହିଛି । ଦିନକରେ 10 ଜଣଙ୍କର ମୁଣ୍ତ ନେଇଛି ମହାମାରୀ । ଏହାସହ 2,363 ଜଣ କୋରୋନାରୁ ସୁସ୍ଥ ହୋଇଛନ୍ତି । ଏନେଇ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଏନେଇ ସୂଚନା ଦିଆଯାଇଛି ।
ମନ୍ତ୍ରଣାଳୟ ଅନୁଯାୟୀ, ଭାରତରେ ସକ୍ରିୟ ମାମଲା ଏବେ 21 ହଜାର ଉପରେ ରହିଛି । ଆଜିର ନୂତନ ସଂକ୍ରମଣକୁ ମିଶାଇ ମୋଟ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା 21,177 ରହିଛି । ଦେଶରେ ଏଯାବତ ୪୨,୬୨,୨୨,୭୫୭ ସଂକ୍ରମଣରୁ ଆରୋଗ୍ୟ ଲାଭ କରିଛନ୍ତି । ୫,୨୪,୬୫୧ ଜଣଙ୍କ ମୃତ୍ୟୁ ଘଟିଛି । ଦେଶବ୍ୟାପୀ ସମୁଦାୟ 1,93,83,72,365 କୋଟିରୁ ଅଧିକ ଡୋଜ୍ ଟୀକାକରଣ କରାଯାଇଛି ।