ETV Bharat / bharat

India Corona, ଦିନକରେ ୭ ହଜାରରୁ କମ୍ ସଂକ୍ରମିତ

author img

By

Published : Sep 4, 2022, 10:27 AM IST

ଦେଶରେ କମୁଛି କୋରୋନା ସଂକ୍ରମଣ । ଗତ 24 ଘଣ୍ଟା ମଧ୍ୟରେ 6,809 ନୂଆ ସଂକ୍ରମିତ ଚିହ୍ନଟ । ଅଧିକ ପଢନ୍ତୁ

India Corona, ଦିନକରେ ୭ ହଜାରରୁ କମ୍ ସଂକ୍ରମିତ
India Corona, ଦିନକରେ ୭ ହଜାରରୁ କମ୍ ସଂକ୍ରମିତ

ନୂଆଦିଲ୍ଲୀ: ଦେଶରେ ତଳମୁହାଁ କୋରୋନା ଗ୍ରାଫ୍ । ବିଗତ କିଛି ଦିନ ହେଲା ଦୈନିକ ପଜିଟିଭ ମାମଲା 10 ହଜାରରୁ କମ୍ ରହୁଛି । ଗତ 24 ଘଣ୍ଟା ମଧ୍ୟରେ ଦେଶବ୍ୟାପୀ 6,809 ଜଣ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି (India Records 6,809ଜଣ fresh Covid Cases) । ଗତକାଲି ଏହି ସଂଖ୍ୟା 7,219 ଥିଲା । ଗୋଟିଏ ପଟେ ସଂକ୍ରମଣ କମୁଥିବା ବେଳେ, ଅନ୍ୟପଟେ ପ୍ରତିଦିନ ସୁସ୍ଥ ସଂଖ୍ୟା ବୃଦ୍ଧି ପାଉଛି । ଦିନକରେ 8,414 ଜଣ କୋରୋନାରୁ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ଦେଶରେ ମୋଟ ସୁସ୍ଥ ସଂଖ୍ୟା 4,38,73,430ରେ ପହଞ୍ଚିଛି । ଏନେଇ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ (Union Health Ministry) ପକ୍ଷରୁ ସୂଚନା ଦିଆଯାଇଛି ।

ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ସୂଚନା ଅନୁଯାୟୀ, ଦେଶରେ ସଂକ୍ରମଣ ଅପେକ୍ଷା ଅଧିକ ସୁସ୍ଥ ହେଉଛନ୍ତି । ସୁସ୍ଥସଂଖ୍ୟା ବଢିବା ସହ ସକ୍ରିୟ ମାମଲା ହ୍ରାସ ପାଉଛି । ଆଜିର ନୂଆ ସଂକ୍ରମଣକୁ ମିଶାଇ ମୋଟ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା 55,114ରେ ପହଞ୍ଚିଛି । ଦୈନିକ ପଜିଟିଭ ହାର 2.12% ରହିଛି । ସାପ୍ତାହିକ ପଜିଟିଭ ହାର 2.29% ରହିଛି । ଏବେସୁଦ୍ଧା 5,27,991 ହଜାରରୁ ଅଧିକ କୋରୋନା ସଂକ୍ରମିତ(Corona Positive) ପ୍ରାଣ ହରାଇଛନ୍ତି । କୋରୋନା ଆରମ୍ଭରୁ ଆଜି ପର୍ଯ୍ୟନ୍ତ ଦେଶରେ 88.71 କୋଟି ଟେଷ୍ଟିଂ କରାଯାଇଛି ।

ଏବେ ଲୋକଙ୍କୁ ମାଗଣାରେ ବୁଷ୍ଟର ଡୋଜ ଦିଆଯାଉଛି । କୋଭିଡ ଟୀକାକରଣ ଅଭିଯାନକୁ ଆହୁରି ସଫଳ କରିବା ଉଦ୍ଦେଶ୍ୟରେ ଜୁଲାଇ 15ରୁ 'କୋଭିଡ ଭ୍ୟାକ୍ସିନ ଅମୃତ ମହୋତ୍ସବ' କାର୍ଯ୍ୟକ୍ରମ ଆରମ୍ଭ ହୋଇଛି । ଯାହାକି ସେପ୍ଟେମ୍ବର 30 ଯାଏଁ ଚାଲିବ । ଏହି କାର୍ଯ୍ୟକ୍ରମ ଅନ୍ତର୍ଗତ 18 ବର୍ଷ ଏବଂ 75 ବର୍ଷ ବୟସରୁ ଊର୍ଦ୍ଧ୍ବ ବ୍ୟକ୍ତିଙ୍କ ମାଗଣା ବୁଷ୍ଟର ଡୋଜ୍ ଦିଆଯାଉଛି । ଏହି ମାଗଣା ଭ୍ୟାକ୍ସିନ ଅବଧି ସରି ସରି ଆସୁଥିବା ବେଳେ ଲୋକଙ୍କୁ ତୁରନ୍ତ ବୁଷ୍ଟର ଡୋଜ ନେବା ପାଇଁ ସ୍ବାସ୍ଥ୍ୟ ବିଭାଗ ପରାମର୍ଶ ଦେଇଛି ।

ଏହାମଧ୍ୟ ପଢନ୍ତୁ: ସୁନ୍ଦରଗଡରେ ଚାଲିଥିବା ମାଣ୍ଡିଆ ଲଡୁ କାର୍ଯ୍ୟକ୍ରମକୁ ନୀତି ଆୟୋଗର ପ୍ରଶଂସା

ଦେଶବ୍ୟାପୀ କୋରୋନା ଟୀକାକରଣ ଅଭିଯାନରେ ଭାରତ ମାଇଲଖୁଣ୍ଟ ଅତିକ୍ରମ କରିଛି । ସାରା ଦେଶରେ ଆଜି ପର୍ଯ୍ୟନ୍ତ 213 କୋଟିରୁ ଅଧିକ ଡୋଜ୍ ଟୀକାକରଣ କରାଯାଇଛି । ଗତ 24 ଘଣ୍ଟା ମଧ୍ୟରେ କେବଳ 19,35,814 ଜଣଙ୍କୁ ଟିକା ଦିଆଯାଇଛି । ପ୍ରତିଦିନ ଦେଶରେ 22 ଲକ୍ଷରୁ ଅଧିକ ବୁଷ୍ଟର ଡୋଜ ଦିଆଯାଉଛି ।

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.