ନୂଆଦିଲ୍ଲୀ: ଦେଶରେ ତଳମୁହାଁ ମହାମାରୀ । କ୍ରମାଗତ ଭାବେ କମୁଛି ସଂକ୍ରମଣ । ଦୀର୍ଘ ଦିନର ବ୍ୟବଧାନ ପରେ ଗତକାଲି(ସୋମବାର) ଦୈନିକ ପଜିଟିଭ ମାମଲା ୧୦ ହଜାର ତଳକୁ ଖସିଥିବା ବେଳେ ଆଜି(ମଙ୍ଗଳବାର) ଏହି ସଂଖ୍ୟା ୭ ହଜାର ତଳେ ରହିଛି । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରୁ 6,915 ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି(India reports 6,915 fresh covid cases) । ସଂକ୍ରମଣ କମିବା ସହ ମୃତ୍ୟୁସଂଖ୍ୟା ମଧ୍ୟ ହ୍ରାସ ପାଉଛି । ଦେଶରେ ଦିନକରେ 180 ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ 16,864 ଜଣ ସୁସ୍ଥ ହୋଇଛନ୍ତି । ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଏନେଇ ସୂଚନା ଦିଆଯାଇଛି ।
ମନ୍ତ୍ରଣାଳୟ ଅନୁଯାୟୀ, ଆଜିର ନୂତନ ସଂକ୍ରମଣକୁ ମିଶାଇ ବର୍ତ୍ତମାନ 92,472ଟି ସକ୍ରିୟ ମାମଲା ରହିଛି । ଦୈନିକ ପଜିଟିଭ ହାର ଏବେ 0.77 ପ୍ରତିଶତରେ ପହଞ୍ଚିଛି । ଏଯାବତ୍ ଭାରତରେ ମୋଟ 4,23,24,550 ସଂକ୍ରମିତ ସୁସ୍ଥ ହୋଇଛନ୍ତି ଏବଂ 5,14,023 ଜଣଙ୍କ କୋରୋନାରେ ମୃତ୍ୟୁ ଘଟିଛି । ସେହିପରି ସମୁଦାୟ 1,77,70,25,914 କୋଟି ଡୋଜ୍ ଟୀକାକରଣ କରାଯାଇଛି ।
ବ୍ୟୁରୋ ରିପୋର୍ଟ, ଇଟିଭି ଭାରତ