ETV Bharat / bharat

India Corona: ଦିନକରେ 1225 ସଂକ୍ରମିତ, 28 ମୃତ

author img

By

Published : Mar 31, 2022, 9:50 AM IST

ଦେଶରେ ତଳମୁହାଁ ରହିଛି କୋରୋନା ସଂକ୍ରମଣ । ଗତ ୨୪ ଘଣ୍ଟା ମଧ୍ୟରେ 1,225 ନୂଆ ସଂକ୍ରମିତ ଚିହ୍ନଟ । ଅଧିକ ପଢନ୍ତୁ

India Corona: ଦିନକରେ 1225 ସଂକ୍ରମିତ, 28 ମୃତ
India Corona: ଦିନକରେ 1225 ସଂକ୍ରମିତ, 28 ମୃତ

ନୂଆଦିଲ୍ଲୀ: ଦେଶରେ ନିୟନ୍ତ୍ରଣରେ ରହିଛି ମହାମାରୀ । ଲଗାତାର ହ୍ରାସ ପାଉଛି ଦୈନିକ ସଂକ୍ରମଣ । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରୁ ମାତ୍ର 1,225 ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି(India reports 1,225fresh covid cases) । ଆଜି ମୃତ୍ୟୁସଂଖ୍ୟା ମଧ୍ୟ କମିଛି । ଗତ ୨୪ ଘଣ୍ଟା ମଧ୍ୟରେ 28 ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି ଓ 1,594 ଜଣ ସୁସ୍ଥ ହୋଇଛନ୍ତି । କେନ୍ଦ୍ର ମନ୍ତ୍ରଣାଳୟ ପକ୍ଷରୁ ଏନେଇ ସୂଚନା ଦିଆଯାଇଛି ।

ବର୍ତ୍ତମାନ ଦେଶରେ ସକ୍ରିୟ ମାମଲା ୧୫ ହଜାର ତଳେ ରହିଛି । ଆଜିର ନୂତନ ସଂକ୍ରମଣକୁ ମିଶାଇ ଏବେ ମୋଟ 14,307 ଜଣ ସଂକ୍ରମିତ ରହିଛନ୍ତି । ଏହି କ୍ରମରେ ଦେଶରେ ଦୈନିକ ପଜିଟିଭ ହାର 0.20% ରହିଛି । ଏଯାବତ୍ ଭାରତରେ ମୋଟ 4,24,89,004 ସଂକ୍ରମିତ ସୁସ୍ଥ ହୋଇଛନ୍ତି ଏବଂ 5,21,129 ଜଣ କୋରୋନାରେ ପ୍ରାଣ ହରାଇଛନ୍ତି । ସେହିପରି ଦେଶବ୍ୟାପୀ ସମୁଦାୟ 1,84,06,55,005 କୋଟି ଡୋଜ୍ ଟୀକାକରଣ କରାଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ 22,27,307 ଡୋଜ ଟିକା ନେଇଛନ୍ତି ଲୋକେ ।

ବ୍ୟୁରୋ ରିପୋର୍ଟ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.