ETV Bharat / bharat

India Corona, ଦିନକରେ 10 ହଜାରରୁ ଅଧିକ ସଂକ୍ରମିତ - ଦେଶରେ ବଢୁଛି ସଂକ୍ରମଣ

ଦେଶରେ ବଢୁଛି ସଂକ୍ରମଣ । ଗତ 24 ଘଣ୍ଟା ମଧ୍ୟରେ 10,256 ନୂଆ କୋରୋନା ସଂକ୍ରମିତ ଚିହ୍ନଟ । ଅଧିକ ପଢନ୍ତୁ

India Corona, ଦିନକରେ 10 ହଜାରରୁ ଅଧିକ ସଂକ୍ରମିତ

author img

By

Published : Aug 26, 2022, 9:39 AM IST

ନୂଆଦିଲ୍ଲୀ: ଦେଶରେ ତଳ ଉପର ହେଉଛି କୋରୋନା ସଂକ୍ରମଣ । କିଛି ଦିନ ହେବ ଦୈନିକ ସଂକ୍ରମଣ ମାମଲା 10 ହଜାରରୁ ଅଧିକ ରହୁଛି । ଗତ 24 ଘଣ୍ଟା ମଧ୍ୟରେ ଦେଶବ୍ୟାପୀ ମୋଟ 10,256 ଜଣ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି (India Records 10,256 fresh Covid Cases) । ସେହିପରି ଦିନକରେ ଦିନକରେ 68 ଜଣଙ୍କ ମୃତ୍ୟୁ ହୋଇଛି ଏବଂ 13,528ଜଣ କୋରୋନାରୁ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ଦେଶରେ ମୋଟ ସୁସ୍ଥସଂଖ୍ୟା 4,37,70,913କୁ ବୃଦ୍ଧି ପାଇଛି । ଏନେଇ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି ।

ମନ୍ତ୍ରଣାଳୟର ସୂଚନା ଅନୁଯାୟୀ, ଦେଶରେ ସୁସ୍ଥସଂଖ୍ୟା ବଢିବା ସହ ବର୍ତ୍ତମାନ ସକ୍ରିୟ ମାମଲା ହ୍ରାସ ପାଉଛି । ଆଜିର ନୂଆ ସଂକ୍ରମଣକୁ ମିଶାଇ ମୋଟ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା 90,707ରେ ପହଞ୍ଚିଛି । ଦୈନିକ ପଜିଟିଭ ହାର 4.21% ରହିଛି । ଏବେ ସୁଦ୍ଧା ସମୁଦାୟ 5,27,556 ଜଣ କୋରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଦେଶବ୍ୟାପୀ 211 କୋଟିରୁ ଅଧିକ ଡୋଜ୍ ଟୀକାକରଣ କରାଯାଇଛି । ଗତ 24 ଘଣ୍ଟା ମଧ୍ୟରେ କେବଳ 31,60,292 ଜଣଙ୍କୁ ଟିକା ଦିଆଯାଇଛି ।

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.